Masthead

ବିଳମ୍ବରେ ଫେରିବ ମୌସୁମୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଜୁନରୁ ସେପ୍ଟେମ୍ବର ମୌସୁମୀ ଋତୁ ସରିଛି । ଏବେ ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ସମୟ ଆସିଛି । ସାଧାରଣ ଭାବେ ସେପ୍ଟେମ୍ବର ୧ରୁ ଦେଶରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଥାଏ । କିନ୍ତୁ ଚଳିତ ବର୍ଷ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ବିଳମ୍ବ ହେବ । ଏବର୍ଷ ୩୬ ଦିନ ବିଳମ୍ବ ଅର୍ଥାତ ଅକ୍ଟୋବର ୬ରେ ମୌସୁମୀ ବାୟୁ ଫେରିବ ବୋଲି ଜଣାପଡ଼ିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବର୍ତ୍ତମାନ ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି।

୬ ଅକ୍ଟୋବର ଆଡ଼କୁ ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯିବ। ଏଥିସହ ଅକ୍ଟୋବର ୨୦ ସୁଦ୍ଧା ଓଡ଼ିଶାରୁ ‌ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ । ସାଧାରଣ ଭାବେ ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ ଫେରିଯିବାର ୪୫ ଦିନ ପରେ ଓଡ଼ିଶାରୁ ମୌସୁମୀ ବିଦାୟ ନେଇଥାଏ। କିନ୍ତୁ ଚଳିତ ବର୍ଷ ବିଳରେ ମୌସୁମୀ ବାୟୁ ଫେରୁଥିବାରୁ ଆହୁରି ଦେଢ଼ ମାସ ପର୍ଯ୍ୟନ୍ତ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିବ । ଅନ୍ୟପଟେ ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଅଳ୍ପ ବହୁତ ବର୍ଷା ଜାରି ରହିବ।

ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ବି‌ଶେଷ କରି ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨ ଦିନ ପର୍ୟ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୩ ଓ ୪ ଅକ୍ଟୋବର ଆଡ଼କୁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୫ ଅକ୍ଟୋବର ଆଡ଼କୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷାର ପରିମାଣ କମିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି