Masthead

ଚନ୍ଦ୍ର ଅଉ ଅଳ୍ପ ଦୂର 

ଚନ୍ଦ୍ର ଅଉ ଅଳ୍ପ ଦୂର 

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ):ଅଉ ଅଳ୍ପ ଦୂର ଜହ୍ନ। ସଫଳତାର ସହ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିଛି ଚନ୍ଦ୍ରଯାନ -୩ । ଭାରତୀୟ ସ୍ପେସ୍ ରିସର୍ଚ୍ଚ ଅର୍ଗାନାଇଜେସନ ଦେଇଛି ସୂଚନା । ଇସ୍ରୋ ସୂଚନା ମୁତାବକ ମହାକାଶଯାନକୁ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରାଇବା ପ୍ରକ୍ରିୟା ଅଗଷ୍ଟ ୫ ତାରିଖ ସନ୍ଧ୍ୟା ପ୍ରାୟ ୭ ଟାରେ ଶେଷ ହୋଇଛି । ଗତ ଜୁଲାଇ ୧୪ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ଚନ୍ଦ୍ରଯାନ-୩କୁ ଉତକ୍ଷେପଣ କରାଯାଇଥିଲା । ତାପରେ ଏହା ପୃଥିବୀକୁ ଦୀର୍ଘ ୨ ସପ୍ତାହ ଧରି ପରିକ୍ରମା କରିଥିଲା ଏବଂ ଗତ ୧ ତାରିଖରେ ଚନ୍ଦ୍ରୟାନକୁ ଚନ୍ଦ୍ରର କକ୍ଷପଥ ଆଡ଼କୁ ପଠାଇଥିଲା ଇସ୍ରୋ ।

ପୃଥିବୀଠୁ ଚନ୍ଦ୍ରର ହାରାହାରି ଦୂରତା ୩.୮ ଲକ୍ଷ କିଲୋମିଟର ହୋଇଥିବା ବେଳେ, ଆଜି ଏହା ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିସାରିଛି । ଚନ୍ଦ୍ରର ମାଧ୍ୟାକର୍ଷଣ ଶକ୍ତି ପୃଥିବୀ ତୁଳନାରେ ଅତି ଦୁର୍ବଳ ହୋଇଥିବାରୁ, ଠିକ୍ ସମୟରେ ସ୍ପେଶକ୍ରାଫ୍ଟର ବେଗ ହ୍ରାସ କରିବା ଇସ୍ରୋ ପାଇଁ ବଡ଼ ଚାଲେଞ୍ଜ ଥିଲା । ଅଗଷ୍ଟ ୨୩ ଆଡ଼କୁ ଏହା ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ଯୋଜନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା