Masthead

ପଥରରେ ଛେଚି ବୋହୂକୁ ହତ୍ୟାକଲା ଶାଶୁ

ଯାଜପୁର (ବଡ଼ ଖବର ବ୍ୟୁରୋ): ପାରିବାରିକ କଳହର କରୁଣ ପରିଣତି । ବୋହୂକୁ ପଥରରେ ଛେଚି ହତ୍ୟାକଲା ଶାଶୁ । ଏଭଳି ଘଟଣାଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଶ୍ରୀରାମପୁର ଗ୍ରାମରେ । ପୀତବାସ ପରିଡାଙ୍କ ଭଉଣୀ ଶାନ୍ତିଲତା ୧୦ ବର୍ଷ ହେବ ବଡ଼ଚଣା ଥାନା ଅଧୀନ ହରିଚନ୍ଦନ ପୁର ଗ୍ରାମ ର ତରୁ ଦାସ ଙ୍କୁ ବିବାହ କରିଥିଲେ । ଦୀର୍ଘ ଦିନ ଧରି ଶାଶୁ ଓ ବୋହୂଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିଥିଲା । ଗତକାଲି ଶାଶୁ ଓ ବୋହୂଙ୍କ ମଧ୍ୟରେ କଲହ ଏତେ ପରିମାଣରେ ବଢ଼ି ଯାଇଥିଲା ଯେ ଶାଶୁ, ବୋହୂ ଶାନ୍ତିଲତାଙ୍କୁ ପଥରରେ ଛେଚି ଦେଇଥିଲେ ।

ଘଟଣାସ୍ଥଳରୁ ବୋହୂ ଶାନ୍ତିଲତାଙ୍କୁ ଗୁରୁତର ଅବସ୍ଥାରେ ବଡ଼ଚଣା ମେଡିକାଲ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାଇ ଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଏ ନେଇ ବୋହୂ ଶାନ୍ତିଲତାଙ୍କ ବାପଘର ପକ୍ଷରୁ ବଡ଼ଚଣା ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ଏହି ଘଟଣାରେ ବଡ଼ଚଣା ପୋଲିସ ଘଟଣାସ୍ଥଳରେ ପହଂଚି ଶବ କୁ ବ୍ୟବଛେଦ ପାଇଁ ପଠାଇବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ