Masthead

ମମିତା ମର୍ଡର ମିଷ୍ଟ୍ରି; ଆଜି କଳାହାଣ୍ଡି, କାଲି ବଲାଙ୍ଗିର ବନ୍ଦ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ):   ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମର୍ଡର ମିଷ୍ଟ୍ରିକୁ ନେଇ ତେଜୁଛି ରାଜନୀତି । ଏହି ଘଟଣାରେ ରାସ୍ତାକୁ ଓହ୍ଲାଇଛନ୍ତି ବିରୋଧି ଦଳ । ଏହି ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ଆସିବା ପରେ ରଣହୁଙ୍କାର ଦେଉଛି ବିଜେପି ।

ତେବେ ଆଜି ଏହି ଘଟଣାରେ ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଥିବା ବେଳେ ଆସନ୍ତାକାଲି ଦଳ ପକ୍ଷରୁ ବଲାଙ୍ଗିର ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ମମିତା ମେହର ମର୍ଡର ମିଷ୍ଟ୍ରିର ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ମନ୍ତ୍ରୀଙ୍କର ନିକଟତର ଥିବା ଜଣାପଡିବା ପରେ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରିବା ତଥା ଗିରଫ କରିବା ଦାବି ଜୋର ଧରିଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭବାନୀପାଟଣାସ୍ଥିତ ଘର ଉପରକୁ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଅଣ୍ଡାମାଡ ହୋଇଛି ।

କଟକରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ କରାଯିବ ସହ ରାସ୍ତାରୋକ କରାଯାଇଛି । କଟକ ନଗର ବିଜେପି ପକ୍ଷରୁ ବାଦାମବାଡିରେ ରାସ୍ତାରୋକ କରାଯାଇଛି । ସେପଟେ ବଲାଙ୍ଗିର ଏସପି ଅଫିସ ଆଗରେ AIDSO ପକ୍ଷରୁ ବିକ୍ଷୋଭ କରାଯାଇଛି । ସେମାନେ ବି ମନ୍ତ୍ରୀଙ୍କ ବହିଷ୍କାର ଓ ଗିରଫ ଦାବିରେ ବଲାଙ୍ଗିର ଏସପି ଅଫିସ ଆଗରେ ବିଜେପି ମହିଳା ମୋର୍ଚ୍ଚା ବିକ୍ଷୋଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି