ମମିତା ମର୍ଡର ମିଷ୍ଟ୍ରି; ଆଜି କଳାହାଣ୍ଡି, କାଲି ବଲାଙ୍ଗିର ବନ୍ଦ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ):   ବହୁଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମର୍ଡର ମିଷ୍ଟ୍ରିକୁ ନେଇ ତେଜୁଛି ରାଜନୀତି । ଏହି ଘଟଣାରେ ରାସ୍ତାକୁ ଓହ୍ଲାଇଛନ୍ତି ବିରୋଧି ଦଳ । ଏହି ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ଆସିବା ପରେ ରଣହୁଙ୍କାର ଦେଉଛି ବିଜେପି ।

ତେବେ ଆଜି ଏହି ଘଟଣାରେ ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଥିବା ବେଳେ ଆସନ୍ତାକାଲି ଦଳ ପକ୍ଷରୁ ବଲାଙ୍ଗିର ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ମମିତା ମେହର ମର୍ଡର ମିଷ୍ଟ୍ରିର ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ମନ୍ତ୍ରୀଙ୍କର ନିକଟତର ଥିବା ଜଣାପଡିବା ପରେ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରିବା ତଥା ଗିରଫ କରିବା ଦାବି ଜୋର ଧରିଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭବାନୀପାଟଣାସ୍ଥିତ ଘର ଉପରକୁ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଅଣ୍ଡାମାଡ ହୋଇଛି ।

କଟକରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ କୁଶପୁତ୍ତଳିକା ଦାହ କରାଯିବ ସହ ରାସ୍ତାରୋକ କରାଯାଇଛି । କଟକ ନଗର ବିଜେପି ପକ୍ଷରୁ ବାଦାମବାଡିରେ ରାସ୍ତାରୋକ କରାଯାଇଛି । ସେପଟେ ବଲାଙ୍ଗିର ଏସପି ଅଫିସ ଆଗରେ AIDSO ପକ୍ଷରୁ ବିକ୍ଷୋଭ କରାଯାଇଛି । ସେମାନେ ବି ମନ୍ତ୍ରୀଙ୍କ ବହିଷ୍କାର ଓ ଗିରଫ ଦାବିରେ ବଲାଙ୍ଗିର ଏସପି ଅଫିସ ଆଗରେ ବିଜେପି ମହିଳା ମୋର୍ଚ୍ଚା ବିକ୍ଷୋଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ