Masthead

ବଦଳିଲା ନେହରୁ ମେମୋରିଆଲ ମ୍ୟୁଜିୟମର ନାଁ, କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହରୁଙ୍କ ନାମରେ ନାମିତ ନେରୁ ମ୍ୟୁଜିୟମ ମେମୋରିଆଲ ଏବଂ ଲାଇବ୍ରେରୀକୁ ପ୍ରାଇମମିନିଷ୍ଟର ମ୍ୟୁଜିୟମ ଆଣ୍ଡ ଲାଇବ୍ରେରୀ ଭାବରେ ନାମିତ କରାଯାଇଛି । ଏହା ତିନି ମୂର୍ତ୍ତି ହାଉସ୍ କମ୍ପ୍ଲେକ୍ସ ମଧ୍ୟରେ ଅବସ୍ଥିତ । ୧୯୬୪ରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହରୁଙ୍କ ମୃତ୍ୟୁ ପରେ ଏହା ପ୍ରତିଷ୍ଠିତ ହୋଇଥିଲା । ନେହରୁ ମେମୋରିଆଲ ନାମକୁ ବଦଳାଇଥିବାରୁ ମୋଦି ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ । ଏହା ମୋଦି ସରକାରଙ୍କ ଛୋଟ ମନଭାବ ଓ ପ୍ରତିଶୋଧର ଦ୍ୱିତୀୟ ନାମ ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ । ନେହରୁ ସଂଗ୍ରହାଳୟ ମେମୋରିଆଲ ଏବଂ ଲାଇବ୍ରେରୀର ନାମକୁ ବଦଳାଇ ପ୍ରାଇମିନିଷ୍ଟର ମ୍ୟୁଜିୟମ ଆଣ୍ଡ ଲାଇବ୍ରେରୀ ଭାବେ ନାମକରଣ କରିବାକୁ ଏକ ବୈଠକରେ ନିଷ୍ପତ୍ତି ହୋଇଥିଲା । ଏଥିରେ ରକ୍ଷାମନ୍ତ୍ରୀ ରାଜନାଥ ସିଂ ଅଧକ୍ଷ୍ୟତା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’