Masthead

ବଦଳିଲା ନେହରୁ ମେମୋରିଆଲ ମ୍ୟୁଜିୟମର ନାଁ, କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହରୁଙ୍କ ନାମରେ ନାମିତ ନେରୁ ମ୍ୟୁଜିୟମ ମେମୋରିଆଲ ଏବଂ ଲାଇବ୍ରେରୀକୁ ପ୍ରାଇମମିନିଷ୍ଟର ମ୍ୟୁଜିୟମ ଆଣ୍ଡ ଲାଇବ୍ରେରୀ ଭାବରେ ନାମିତ କରାଯାଇଛି । ଏହା ତିନି ମୂର୍ତ୍ତି ହାଉସ୍ କମ୍ପ୍ଲେକ୍ସ ମଧ୍ୟରେ ଅବସ୍ଥିତ । ୧୯୬୪ରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହରୁଙ୍କ ମୃତ୍ୟୁ ପରେ ଏହା ପ୍ରତିଷ୍ଠିତ ହୋଇଥିଲା । ନେହରୁ ମେମୋରିଆଲ ନାମକୁ ବଦଳାଇଥିବାରୁ ମୋଦି ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ । ଏହା ମୋଦି ସରକାରଙ୍କ ଛୋଟ ମନଭାବ ଓ ପ୍ରତିଶୋଧର ଦ୍ୱିତୀୟ ନାମ ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ । ନେହରୁ ସଂଗ୍ରହାଳୟ ମେମୋରିଆଲ ଏବଂ ଲାଇବ୍ରେରୀର ନାମକୁ ବଦଳାଇ ପ୍ରାଇମିନିଷ୍ଟର ମ୍ୟୁଜିୟମ ଆଣ୍ଡ ଲାଇବ୍ରେରୀ ଭାବେ ନାମକରଣ କରିବାକୁ ଏକ ବୈଠକରେ ନିଷ୍ପତ୍ତି ହୋଇଥିଲା । ଏଥିରେ ରକ୍ଷାମନ୍ତ୍ରୀ ରାଜନାଥ ସିଂ ଅଧକ୍ଷ୍ୟତା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ