Masthead

ଡାକ୍ତରଙ୍କ ଅବହେଳା, ଚାଲିଗଲା ଗର୍ଭବତୀଙ୍କ ଜୀବନ

ମୟୁରଭଞ୍ଜ (ବଡ଼ ଖବର ବ୍ୟୁରୋ): ଡାକ୍ତରଙ୍କ ଅବହେଳା ଯୋଗୁଁ ଚାଲିଗଲା ଗର୍ଭବତୀଙ୍କ ଜୀବନ । ଭୁଲ ଇଞ୍ଜେକ୍ସନ ଦେଇ ଗର୍ଭବତୀ ମା ଓ ଗର୍ଭସ୍ଥ ଶିଶୁର ମୃତ୍ୟୁକୁ ନେଇ ଅଭିଯୋଗ କଲେ ପରିବାର ଲୋକେ। ଏଭଳି ଅଭାବନୀୟ ଘଟଣା ଘଟିଛି ବାରିପଦା ଟାଉନ ଥାନା ପାଖ ଘରୋଇ ନର୍ସିଙ୍ଗ ହୋମରେ। ମୃତକ ହେଲେ କଳିକାପୁର ସନ୍ଦୀପ ଦାସଙ୍କ ସ୍ତ୍ରୀ ଆରତୀ ମଣି ଦାସ।

ସୂଚନା ଅନୁସାରେ ସକାଳେ ମହିଳା ଜଣକଙ୍କର ଗର୍ଭ ଯନ୍ତ୍ରଣା ହେବାରୁ ବାରିପଦାର ଏକ ଘରୋଇ ନର୍ସିଙ୍ଗ ହୋମରେ ଭର୍ତ୍ତି କରାଯାଇଥିଲା। କୌଣସି ଟେଷ୍ଟ ନକରି ଡାକ୍ତର ଭୁଲ ଇଞ୍ଜେକ୍ସନ ଦେଇଥିଲେ । ଇଞ୍ଜେକ୍ସନ ନେବାର ପାଞ୍ଚ ମିନିଟ ମଧ୍ୟରେ ତାଙ୍କର ମୃତ୍ୟୁ ହୋଇଥିଲା । ଯାହାକୁ ନେଇ ଅଭିଯୋଗ କରିଛନ୍ତି ମୃତକଙ୍କ ସ୍ୱାମୀ ଓ ପରିବାର ଲୋକେ। ଏନେଇ ନର୍ସିଙ୍ଗ ହୋମ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ଘଟଣା ସ୍ଥଳରୁ ଡ଼ଃ ଅଞ୍ଜନ ସଡଙ୍ଗୀ ଓ ନର୍ସ ଫେରାର ହୋଇଥିବାବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି