Masthead

ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଚରଣଜିତ୍ ସିଂହ ଚନ୍ନି

ଚଣ୍ଡିଗଡ(ବଡ଼ ଖବର ବ୍ୟୁରୋ): ଶେଷରେ ସବୁ ଅପେକ୍ଷାର ଅନ୍ତ ଘଟିଛି । ଅନେକ କଳ୍ପନା ଜଳ୍ପନା ପରେ ପଞ୍ଜାବର ମୁଖ୍ୟମନ୍ତ୍ରୀ କିଏ ହେବ ତାର ଘୋଷଣା କରାଯାଇଛି । କଂଗ୍ରେସ ନେତା ଚରଣଜିତ୍ ସିଂହ ଚନ୍ନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବେ । ତେବେ ଏହାର ଘୋଷଣା କରିଛନ୍ତି ପଞ୍ଜାବ କଂଗ୍ରେସର ପ୍ରଭାରୀ ହରିଶ ରାୱତ । ଚଣ୍ଡିଗଡରେ ହୋଇଥିବା ବିଧାୟକ ଦଳର ବୈଠକରେ ଚନ୍ନିଙ୍କ ନାଁ ଉପରେ ମୋହର ଲଗାଯାଇଇଛି ।

ଏହା ପୂର୍ବରୁ ସୁଖଜିନ୍ଦର ସିଂହ ରନ୍ଧାୱାଙ୍କ ନାଁ ମୁଖ୍ୟମନ୍ତ୍ରୀ ପାଇଁ ସୁପାରିସ୍ ହୋଇଥିବା ଜଣାପଡିଥିଲା । ହେଲେ କିଛି ଘଣ୍ଟା ପରେ ଏପରି ନିଷ୍ପତି ସମସ୍ତଙ୍କୁ ଚକିତ କରିଛି । କିଛି ସମୟ ତଳେ କଂଗ୍ରେସ ସାଧାରଣ ସମ୍ପାଦକ କେସି ଭେଣୁଗୋପାଳ ସୂଚନା ଦେଇଥିଲେ ଯେ ପର୍ଯ୍ୟବେକ୍ଷକଙ୍କ ବିଧାୟକ ସହ ବୈଠକ ପରେ ଏହି ନିଷ୍ପତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ