Masthead

ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଚରଣଜିତ୍ ସିଂହ ଚନ୍ନି

ଚଣ୍ଡିଗଡ(ବଡ଼ ଖବର ବ୍ୟୁରୋ): ଶେଷରେ ସବୁ ଅପେକ୍ଷାର ଅନ୍ତ ଘଟିଛି । ଅନେକ କଳ୍ପନା ଜଳ୍ପନା ପରେ ପଞ୍ଜାବର ମୁଖ୍ୟମନ୍ତ୍ରୀ କିଏ ହେବ ତାର ଘୋଷଣା କରାଯାଇଛି । କଂଗ୍ରେସ ନେତା ଚରଣଜିତ୍ ସିଂହ ଚନ୍ନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବେ । ତେବେ ଏହାର ଘୋଷଣା କରିଛନ୍ତି ପଞ୍ଜାବ କଂଗ୍ରେସର ପ୍ରଭାରୀ ହରିଶ ରାୱତ । ଚଣ୍ଡିଗଡରେ ହୋଇଥିବା ବିଧାୟକ ଦଳର ବୈଠକରେ ଚନ୍ନିଙ୍କ ନାଁ ଉପରେ ମୋହର ଲଗାଯାଇଇଛି ।

ଏହା ପୂର୍ବରୁ ସୁଖଜିନ୍ଦର ସିଂହ ରନ୍ଧାୱାଙ୍କ ନାଁ ମୁଖ୍ୟମନ୍ତ୍ରୀ ପାଇଁ ସୁପାରିସ୍ ହୋଇଥିବା ଜଣାପଡିଥିଲା । ହେଲେ କିଛି ଘଣ୍ଟା ପରେ ଏପରି ନିଷ୍ପତି ସମସ୍ତଙ୍କୁ ଚକିତ କରିଛି । କିଛି ସମୟ ତଳେ କଂଗ୍ରେସ ସାଧାରଣ ସମ୍ପାଦକ କେସି ଭେଣୁଗୋପାଳ ସୂଚନା ଦେଇଥିଲେ ଯେ ପର୍ଯ୍ୟବେକ୍ଷକଙ୍କ ବିଧାୟକ ସହ ବୈଠକ ପରେ ଏହି ନିଷ୍ପତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ