Masthead

ରାଜ୍ୟରେ ପ୍ରଶାସନିକ ସ୍ଥିତି ହୁଗୁଳା, ଜବାବ ମାଗିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶପଥ ନେବା ପରେ ଆକ୍ସନ ମୋଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ପ୍ରଶାସନିକ ଅବ୍ୟବସ୍ଥା ଦେଖି ତାଜୁବ ନୂଆ ସରକାର । ସରକାରୀ ବ୍ୟବସ୍ଥା ରାଜ୍ୟରେ ସଂପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ସମୀକ୍ଷା ବେଳେ ଜାଣିବା ପରେ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାହିଁକି ରାଜ୍ୟରେ ପ୍ରଶାସନିକ ସ୍ଥିତି ଭୁଶୁଡିଲା ଏହାର ଜବାବ ମାଗିବାରୁ କାହା ପାଖରେ ମୁଖ୍ୟମନ୍ତ୍ରୀଙ୍କୁ ଦେବା ପାଇଁ ଯୁକ୍ତିଯୁକ୍ତ ଉତ୍ତର ନ ଥିଲା।

ପ୍ରଶାସନିକ ଅବ୍ୟବସ୍ଥା ଦେଖିବା ପରେ ରାଜ୍ୟରେ ଅଫିସର ସ୍ତରରେ ବ ଧରଣର ପରିବର୍ତ୍ତନ ହୋଇପାରେ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ, ରାଜ୍ୟର ବିଭିନ୍ନ ବିଭାଗର ଅଧିକାରୀଙ୍କୁ ଡାକି ସମୀକ୍ଷା କରିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ କେହି ସଠିକ ଢଙ୍ଗରେ କୌଣସି ସୂଚନା ଦେଇପାରି ନ ଥିଲେ । ଫଳରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଗଭୀର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଢିଲା ଓ ଅପାରଗ ପ୍ରଶାସନିକ ବ୍ୟବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀ କ୍ଷୋଭ ପ୍ରକାଶ କରିବା ସହ ଅଫିସର ମାନଙ୍କୁ ତାଗିଦ କରିଥିବା ସୂଚନା ମିଳିଛି ।

କାହିଁକି ରାଜ୍ୟରେ ପ୍ରଶାସନିକ ସ୍ଥିତି ହୁଗୁଳା ହେଲା ଏହାର କୈଫତ ମାଗିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ କାହା ପାଖରେ ମୁଖ୍ୟମନ୍ତ୍ରୀଙ୍କୁ ଦେବା ପାଇଁ ଯୁକ୍ତିଯୁକ୍ତ ଉତ୍ତର ନଥିଲା । ପ୍ରଶାସନିକ ଅବ୍ୟବସ୍ଥା ଦେଖିବା ପରେ ରାଜ୍ୟରେ ଅଫିସର ସ୍ତରରେ ବଡ଼ ଧରଣର ପରିବର୍ତ୍ତନ ହୋଇପାରେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ୟ୍ୟାଳୟରେ ଅଫିସର ମାନଙ୍କୁ ଡାକି ବିଭିନ୍ନ ବିଭାଗର ସମୀକ୍ଷା ବେଳେ ଏଭଳି ସ୍ଥିତି ଦେଖି ତାଜୁବ ହୋଇଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ