Masthead

କାଲି ଶପଥ ନେବେ ନୂଆମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳର ହେବ ପୁନର୍ଗଠନ । କାଲି ଶପଥ ନେବେ ନୂଆ ମନ୍ତ୍ରୀ । ଲୋକସେବା ଭବନରେ ସକାଳ ସାଢେ ୯ରେ ହେବ ଶପଥ ଗ୍ରହଣ ଉତ୍ସବ । ଆଜି ଓଡ଼ିଶା ଫେରୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ନବୀନଙ୍କ ନୂଆ ଟିମରେ କିଏ ପାଇବ ସ୍ଥାନ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି । ରାଜ୍ୟରେ କାଲି ପଡିଛି ୩ମନ୍ତ୍ରୀ ଓ ବାଚସ୍ପତି ପଦ । ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସହ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ନିଜ ପଦରୁ ଇସ୍ତଫା ଦେଇଥିଲେ ।

ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ପରେ ସେ ମନ୍ତ୍ରୀ ପଦ ମଧ୍ୟ ଖାଲି ପଡିଛି । ତେବେ ତିନୋଟି ମନ୍ତ୍ରୀ ପଦ ଖାଲି ପଡ଼ିଥିବା ବେଳେ ମୁଖ୍ୟମନ୍ତ୍ରୀ କେତେ ଜଣଙ୍କୁ ନିଜ ଟିମରେ ନେଉଛନ୍ତି ତାହା ଅସ୍ପଷ୍ଟ ଅଛି । ମନ୍ତ୍ରିମଣ୍ଡଳର ଶପଥଗ୍ରହଣ ପରେ କିଛି ବିଭାଗରେ ଅଦଳବଦଳ ହେବାର ସମ୍ଭାବନା ରହିଛି ।

ସେହିଭଳି ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଇସ୍ତଫା ପରେ ମଧ୍ୟ ସେ ପଦ ଖାଲି ପଡିଛି । ଦୀପାଳି ଦାସ , ଲତିକା ପ୍ରଧାନ, ବିକ୍ରମ କେଶରୀ ଆରୁଖ, ଶାରଦା ନାୟକ ଓ ସୁଶାନ୍ତ ସିଂଙ୍କ ନାଁ ଚର୍ଚ୍ଚାରେ ରହିଛି । ଦୀପାଳି ଦାସ ଝାରସୁଗୁଡାର ବିଧାୟିକା ଭାବେ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଛନ୍ତି । ତାଙ୍କୁ ମନ୍ତ୍ରୀପଦ ମିଳିପାରେ ବୋଲି ଚର୍ଚ୍ଚା କରାଯାଉଛି । ତେଣୁ ପରବର୍ତ୍ତୀ ବାଚସ୍ପତି କିଏ ହେବ ସେ ନେଇ ବି ଅଙ୍କକଷା ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ