Masthead

ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବିରେ ନବୀନ ନିବାସ ଘେରାଉ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାଲିଙ୍ଗି ସ୍କୁଲର ଅଧ୍ୟାପିକା ମମିତା ମେହେର ହତ୍ୟା ଘଟଣାରେ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି ନବୀନ ନିବାସ ଘେରାଉ କରିବାକୁ ଉଦ୍ୟମ କରୁଛି ଛାତ୍ର କଂଗ୍ରେସ । ଆନ୍ଦୋଳନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ନବୀନ ନିବାସକୁ ଥିବା ସମସ୍ତ ରାସ୍ତାକୁ ସିଲ କରାଯାଇଛି । ୨୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଅଛନ୍ତି ।

ସେପଟେ ମମିତାଙ୍କ ପରିବାରକୁ ଭେଟିଛନ୍ତି ବିଜେପିର ଏକ ପ୍ରତିନିଧି ଦଳ । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ୧୫ ଜଣିଆ ପ୍ରତିନିଧି ଦଳ ମମିତାଙ୍କ ପରିବାରକୁ ଭେଟିଛନ୍ତି । ଏହାପରେ ସ୍ଥାନୀୟ ଲୋକ ଓ ପୁଲିସ ପ୍ରଶାସନ ସହ ମମିତା ମୃତ୍ୟୁ ଘଟଣା ଓ କଲେଜ କେଳେଙ୍କାରୀ ଘଟଣା ଉପରେ ଆଲୋଚନା କରିଛନ୍ତି ।

ଏହାପରେ ମହାଲିଙ୍ଗ କଲେଜ ଓ ମୃତଦେହ ଉଦ୍ଧାର ହୋଇଥିବା ଷ୍ଟାଡିୟମକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସମୀର ମହାନ୍ତିଙ୍କ ନେତୃତ୍ୱରେ ବଲାଙ୍ଗିର ଯାଇଥିବା ପ୍ରତିନିଧି ଦଳରେ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର, ବିଧାୟକ ମୋହନ ମାଝୀ , ବିଧାୟକ ମୁକେଶ ମହାଲିଙ୍ଗଙ୍କ ସମେତ ଦଳର ବରିଷ୍ଠ ନେତା ଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ