Masthead

ଇନ୍ଦୋରରେ ନୂଆ ଭୂତାଣୁ ଏୱାଇ.୪

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା ପରେ ଚିନ୍ତା ବଢାଇଲାଣି ନୂଆ ଭୂତାଣୁ ଏୱାଇ.୪ । ଭାରତରେ ବ୍ରିଟେନରେ ଆତଙ୍କ ସୃଷ୍ଟି କରୁଛି ଏହି ଭୂତାଣୁ । ଇନ୍ଦୋରରେ ଡେଲ୍ଟାର ନୂଆ ପ୍ରଜାତି ଚିହ୍ନଟ ହୋଇଛି । ମଧ୍ୟପ୍ରଦେଶରେ ହୋଇଥିବା ଜିନୋମ୍ ସ୍ୱକ୍ୱେନ୍ସିଂ ରିପୋର୍ଟରୁ ୭ଟି ନୂଆ ମାମଲା ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଦୁଇ ସେନା ଅଧିକାରୀଙ୍କ ସମେତ ୭ ଜଣ ସଂକ୍ରମିତ ହୋଇଛନ୍ତି । ମହାରାଷ୍ଟ୍ରରେ ୧ ପ୍ରତିଶତ ନମୁନାରେ ଏୱାଇ.୪ ଚିହ୍ନଟ ହୋଇଛି ।

ମୁଖ୍ୟ ମେଡିକାଲ ଓ ହେଲ୍‌ଥ ଅଫିସର ଡ. ବିଏସ୍ ସେତିୟାଙ୍କ କହିବା ଅନୁସାରେ ମହୁଁ କ୍ୟାଣ୍ଟନମେଣ୍ଟରେ ନିଯୁକ୍ତ ଦୁଇଜଣ ସେନା ଅଫିସର ଏହି ପ୍ରଜାତି ଦ୍ବାରା ସଂକ୍ରମିତ ହୋଇଥିଲେ । ମହାରାଷ୍ଟ୍ରରେ ୧ ପ୍ରତିଶତ ନମୁନାରେ ଏୱାଇ.୪ କିସମ ଚିହ୍ନଟ ହୋଇଛି । ଏମ୍‌ଜିଏମ୍ ମେଡିକାଲ କଲେଜର ମାଇକ୍ରୋବାୟୋଲୋଜି ବିଭାଗ ମୁଖ୍ୟ ଡ. ଅନୀତା ମୁଥା କହିଛନ୍ତି ଯେ, ଏୱାଇ.୪ ହେଉଛି ଡେଲ୍‌ଟା ଭାରିଆଣ୍ଟର ଏକ ଉପ-କିସମ। ଏହା ଡେଲ୍‌ଟା ନୁହେଁ କିମ୍ବା ଡେଲ୍‌ଟା ପ୍ଲସ୍ ବି ନୁହେଁ ।

ଭାରତରେ ଏହି କିସମ ପ୍ରଥମେ ମହାରାଷ୍ଟ୍ରରେ ଗତବର୍ଷ ଅକ୍ଟୋବର ମାସରେ ଚିହ୍ନଟ ହୋଇଥିଲ । ତେବେ ଏହି ନୂତନ କିସମ ବିଷୟରେ ବେଶି କିଛି ଗବେଷଣାଲବ୍ଧ ତଥ୍ୟ ନଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ