Masthead

ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯୫ ରହିଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି । କେରଳରେ ସର୍ବାଧିକ ୧୩୩୬ ରହିଥିବାବେଳେ ମହାରାଷ୍ଟ୍ର ୪୬୭, ଦିଲ୍ଲୀରେ ୩୭୫ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୬୮୫ଟି ନୂଆ ମାମଲା ଚିହ୍ନଟ ହୋଇଛି । ୨୪ ଘଣ୍ଟା ଭିତରେ କରୋନା ଯୋଗୁଁ ୪ ଜଣଙ୍କର ଜୀବନ ଯାଇଛି । ଏଯାଏଁ ସର୍ବାଧିକ ମାମଲା କେରଳରୁ ଚିହ୍ନଟ ହୋଇଛି ।

ଦିଲ୍ଲୀ, କେରଳ, କର୍ଣ୍ଣାଟକ ଏବଂ ଉତ୍ତର ପ୍ରଦେଶରେ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି । ସେପଟେ ରାଜ୍ୟରେ ପ୍ରଥମ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱରରେ ଜଣେ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ସୂଚନା । କିଛି ଦିନ ତଳେ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ । ଜଣେ ୮୦ ବର୍ଷୀୟ ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ହୋଇଥିବା କୁହାଯାଉଛି । ଉକ୍ତ ବ୍ୟକ୍ତି ୪ ଦିନ ତଳେ କୋଭିଡରେ ଆକ୍ରାନ୍ତ ହୋଇଥିଲେ । ସମ୍ପୃକ୍ତ ବ୍ୟକ୍ତି ଏକାଧିକ ଜଟିଳ ରୋଗରେ ପୀଡିତ ଥିଲେ । ତେବେ ରାଜ୍ୟରେ କୋଭିଡ୍ ମୃତ୍ୟୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏଯାଏଁ କୌଣସି ସୂଚନା ଦିଆଯାଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ