Masthead

ଦେଶରେ ଦୈନିକ ସଂକ୍ରମଣ ୮୫% ହ୍ରାସ ପାଇଛି: ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ମେ ୭ରେ ଦେଶରେ ଦୈନିକ ସଂକ୍ରମଣ ରେକର୍ଡ଼ ଭାଙ୍ଗିଥିଲା । ବର୍ତ୍ତମାନ କିନ୍ତୁ ଦୈନିକ ସଂକ୍ରମଣ ୮୫% ପର୍ଯ୍ୟନ୍ତ ହ୍ରାସ ପାଇଛି । ସେପଟେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୭୮.୬%କୁ କମିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି । ମେ ପ୍ରଥମ ସପ୍ତାହରେ ଦେଶର ୫୩୧ଟି ଜିଲ୍ଲାରେ ଦିନକୁ ୧୦୦ରୁ ଅଧିକ ମାମଲା ଚିହ୍ନଟ ହେଉଥିବାବେଳେ ଏବେ ମାତ୍ର ୧୪୭ଟି ଜିଲ୍ଲାରେ ଦିନକୁ ୧୦୦ରୁ ଅଧିକ ମାମଲା ଚିହ୍ନଟ ହେଉଛି ।

ସେହିପରି ଆରୋଗ୍ୟ ହାର ନିୟମିତ ଭାବେ ବଢିଚାଲିଛି । ମେ ୩ରେ ଦେଶର ଆରୋଗ୍ୟ ହାର ୮୧.୮ ପ୍ରତିଶତ ଥିବାବେଳେ ଏବେ ତାହା ୯୬ ପ୍ରତିଶତକୁ ବୃଦ୍ଧି ପାଇଛି । ସେହିପରି ମେ ପ୍ରଥମ ସପ୍ତାହରେ ଦୈନିକ ପଜିଟିଭିଟି ହାର ୨୧ ପ୍ରତିଶତ ଟପିଯାଇଥିବାବେଳେ ଏବେ ତାହା ୪ ପ୍ରତିଶତକୁ ଖସିଆସିଛି । ଦେଶରେ ସଂକ୍ରମଣ ହ୍ରାସ ପାଉଥିଲେ ବି ବିପଦ ଟଳିନାହିଁ । ଏଣୁ ଲୋକମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ହେବ ଓ କଟକଣାକୁ ମାନିବାକୁ ହେବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ