Masthead

ଦେଶରେ ଦୈନିକ ସଂକ୍ରମଣ ୮୫% ହ୍ରାସ ପାଇଛି: ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ମେ ୭ରେ ଦେଶରେ ଦୈନିକ ସଂକ୍ରମଣ ରେକର୍ଡ଼ ଭାଙ୍ଗିଥିଲା । ବର୍ତ୍ତମାନ କିନ୍ତୁ ଦୈନିକ ସଂକ୍ରମଣ ୮୫% ପର୍ଯ୍ୟନ୍ତ ହ୍ରାସ ପାଇଛି । ସେପଟେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୭୮.୬%କୁ କମିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି । ମେ ପ୍ରଥମ ସପ୍ତାହରେ ଦେଶର ୫୩୧ଟି ଜିଲ୍ଲାରେ ଦିନକୁ ୧୦୦ରୁ ଅଧିକ ମାମଲା ଚିହ୍ନଟ ହେଉଥିବାବେଳେ ଏବେ ମାତ୍ର ୧୪୭ଟି ଜିଲ୍ଲାରେ ଦିନକୁ ୧୦୦ରୁ ଅଧିକ ମାମଲା ଚିହ୍ନଟ ହେଉଛି ।

ସେହିପରି ଆରୋଗ୍ୟ ହାର ନିୟମିତ ଭାବେ ବଢିଚାଲିଛି । ମେ ୩ରେ ଦେଶର ଆରୋଗ୍ୟ ହାର ୮୧.୮ ପ୍ରତିଶତ ଥିବାବେଳେ ଏବେ ତାହା ୯୬ ପ୍ରତିଶତକୁ ବୃଦ୍ଧି ପାଇଛି । ସେହିପରି ମେ ପ୍ରଥମ ସପ୍ତାହରେ ଦୈନିକ ପଜିଟିଭିଟି ହାର ୨୧ ପ୍ରତିଶତ ଟପିଯାଇଥିବାବେଳେ ଏବେ ତାହା ୪ ପ୍ରତିଶତକୁ ଖସିଆସିଛି । ଦେଶରେ ସଂକ୍ରମଣ ହ୍ରାସ ପାଉଥିଲେ ବି ବିପଦ ଟଳିନାହିଁ । ଏଣୁ ଲୋକମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ହେବ ଓ କଟକଣାକୁ ମାନିବାକୁ ହେବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ