Masthead

ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ୨ ହଜାର ୩୩୪ ଆକ୍ରାନ୍ତ । କ୍ୱାରେଣ୍ଟାଇନ ସେଣ୍ଟରରୁ ୧ ହଜାର ୩୪୨ ଥିବା ବେଳେ ୯୯୨ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୩୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୬୪, ବାଲେଶ୍ୱରରୁ ୧୬୪, ବରଗଡ଼ରୁ ୧୭, ଭଦ୍ରକରୁ ୧୨୧, ବଲାଙ୍ଗିରରୁ ୬, ବୈାଦ୍ଧରୁ ୧୩, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୪, ଗଜପତିରୁ ୨, ଗଞ୍ଜାମରୁ ୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁରରୁ ୧୦୧, ଯାଜପୁରରୁ ୧୭୯, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୯, କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୧୯୬।

କେନ୍ଦୁଝରରୁ ୫୧, କୋରାପୁଟରୁ ୧୯ ଏବହ ମାଲକାନଗିରିରୁ ୧୩ ଆକ୍ରାନ୍ତ ଚିହ୍ନଟ ହେବା ସହିତ ମୟୁରଭଞ୍ଜରୁୂ ୧୦୪, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୯୪, ନୂଆପଡ଼ାରୁ ୩, ପୁରୀରୁ ୧୦୬, ରାୟଗଡ଼ାରୁ ୩୮ ଏବଂ ସମ୍ବଲପୁରରୁ ୨୧, ସୋନପୁରରୁ ୧୨ ଏବଂ ସୁନ୍ଦରଗଡ଼ରୁ ୮୭ ସହ ଷ୍ଟେଟ ପୁଲରୁ ୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି, ୩ ହଜାର ୩୪୧ ଆକ୍ରାନ୍ତ । ଏନେଇ ସୂଚନା ଦେଇଛି ସୂଚନା ଏବଂ ଲୋକସମ୍ପର୍କ ବିଭାଗ । ସେପଟେ ରାଜ୍ୟରେ ଆଉ ୫୮ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ହଜାର ୫୩୪କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 କେରଳମ୍‌ରେ ସତୀଶନ୍ ସରକାର 🔴 କୋର କମିଟି ବୈଠକରେ ନିତିନ ନବୀନ 🔴 ଆଜି ଶପଥ ନେବେ ଭି.ଡି ସତିଶନ୍ 🔴 ୪୩ ଡିଗ୍ରୀ ଛୁଇଁପାରେ ତାତି 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର