Before Header

କମୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା

0 36

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମିବାରେ ଲାଗିଛି ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ୭ହଜାର ୩୯୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୧୬୯ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ କେସ ରହିଛି ୩୨୨୬ । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬୯ଜଣ, ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରୁ ୪୪୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮୫ଜଣ, ବରଗଡ଼ ଜିଲ୍ଲାରୁ ୧୭୧ଜଣ, ଭଦ୍ରକ ଜିଲ୍ଲାରୁ ୨୩୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୧ଜଣ, ବୌଦ୍ଧ ଜିଲ୍ଲାରୁ ୧୩୩ଜଣ, କଟକ ଜିଲ୍ଲାରୁ ୮୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୫୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୧ଜଣ, ଗଜପତି ଜିଲ୍ଲାରୁ ୫୨ଜଣ, ଗଞ୍ଜାମ ଜିଲ୍ଲାରୁ ୬୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୮୮ଜଣ, ଯାଜପୁର ଜିଲ୍ଲାରୁ ୫୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୬ଜଣ।

କଳାହାଣ୍ଡି ଜିଲ୍ଲାରୁ ୧୬୬ଜଣ, କନ୍ଧମାଳ ଜିଲ୍ଲାରୁ ୭୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୪୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୫୮ଜଣ, କୋରାପୁଟ ଜିଲ୍ଲାରୁ ୧୬୧ଜଣ, ମାଲକାନଗିରି ଜିଲ୍ଲାରୁ ୧୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୮୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୬ଜଣ, ନୟାଗଡ଼ ଜିଲ୍ଲାରୁ ୨୪୩ଜଣ, ନୂଆପଡ଼ା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୩୫୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୭ଜଣ, ସୋନପୁର ଜିଲ୍ଲାରୁ ୯୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୪୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୦୬୦୯୪ରେ ପହଞ୍ଚିଛି । ଏଥି ମଧ୍ୟରୁ ୭୮୬୮୭ଟି ସକ୍ରିୟ ମାମଲା ରହିଥିବା ବେଳେ ୭୨୪୪୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୧୧୧୧୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.