Masthead

ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର….

ଅଗଷ୍ଟ ୯ରେ ସୁଭଦ୍ରାର ତୃତୀୟ କିସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ । ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ହେବ ସର୍ଭେ । ୨୧ ବର୍ଷ ହୋଇଥିବା ଯୁବତୀ ଓ ମହିଳା କରିପାରିବେ ଆବେଦନ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ତୃତୀୟ କିସ୍ତି ପରେ ଖୋଲିବ ସୁଭଦ୍ରା ପୋର୍ଟାଲ । ଆବେଦନ କରିବେ ନୂଆ ହିତାଧିକାରୀ । ତାସହ ବାଦ ପଡ଼ିଥିବା ୨ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରାରେ ଯୋଡ଼ିବା ପାଇଁ ଆଉଥରେ ହେବ ସର୍ଭେ । ଗାଡ଼ି କିଣା ଏବଂ ୫ ଏକର ଜମି ଥିବା ସହ ଆଇଟି ଫେରସ୍ତ କରିଥିବାରୁ ସେମାନଙ୍କୁ ବାଦ୍ ଦିଆଯାଇଛି । ସେହିପରି ୯୩ ହଜାର ହିତାଧିକାରୀଙ୍କୁ ୬୦ ବର୍ଷ ହୋଇଥିବାରୁ ସାମାଜିକ ଓ ସୁରକ୍ଷା ବିଭାଗକୁ ତାଙ୍କର ଲିଷ୍ଟ୍ ପଠେଇ ଦିଆଯାଇଛି । ଏହି ଆଧାରକୁ ନେଇ ପୁଣି ଥରେ ଚୟନ କରାଯିବ । ଯେଉଁମାନେ ଯୋଗ୍ୟ ବିବେଚିତ ହେବେ ସେମାନେ ପରବର୍ତ୍ତୀ ସମୟରେ ସୁଭଦ୍ରା ଟଙ୍କା ପାଇବେ । ତୃତୀୟ କିସ୍ତି ପୂରିବା ପରେ ଯେତେବେଳେ ଚତୁର୍ଥ କିସ୍ତି ଦିଆଯିବ, ଚଳିତ ବର୍ଷ ୨୧ ବର୍ଷ ହେଇଥିବା ନୂଆ ଯୋଗ୍ୟ ହିତାଧିକାରୀଙ୍କୁ ସେତେବେଳେ ପ୍ରଥମ କିସ୍ତି ମିଳିବ । ଏବଂ ପୂର୍ବ କିସ୍ତି ଟଙ୍କା ପାଇବେ ନାହିଁ । ଯେଉଁମାନେ ପ୍ରଥମ କିସ୍ତି ପାଇବାପରେ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିଲେ ଯଦି ସେମାନେ ଏହି ସର୍ଭେରେ ଆଉଥରେ ଯୋଗ୍ୟ ବିବେଚିତ ହୁଅନ୍ତି, ତେବେ ବାଦ୍ ପଡ଼ିଥିବା ଦ୍ୱିତୀୟ ଓ ତୃତୀୟ କିସ୍ତି ଏକା ସଙ୍ଗେ ପାଇବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ