Masthead

ବିଲ ଭିତରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର

(ବଡ଼ ଖବର ବ୍ୟୁରୋ):   ବୃଦ୍ଧାଙ୍କ ଗୋଡ ହାତ ବନ୍ଧା ହୋଇଥିବା ମୃତଦେହ ଉଦ୍ଧାର ହୋଇଛି । ଏଭଳି ଏକ ଅଭାବନୀୟ ଘଟଣା ଗଂଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ କ.ନୂଆଗା ଥାନା ଅନ୍ତର୍ଗତ ଖମାରିଗାଁରେ ଘଟିଛି । ତେବେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ବୃଦ୍ଧା ଜଣଙ୍କ ହେଲେ ପଡୋଶୀ ଗଜପତି ଜିଲ୍ଲା ଆର ଉଦୟଗିରି ଥାନା ପୁରୁଣାପାଣି ପୁରବା ଗାଁର ଦୁଃଖୀ ଦଳେଇ ।

ତେବେ ବୃଦ୍ଧାଙ୍କ ବୟସ ୭୦ ବର୍ଷ ହେବ । ଖବର ଆନୁଯାୟୀ, ସେ ଗତକାଲି ତାଙ୍କର ଜଣେ ସମ୍ପର୍କୀୟଙ୍କ ସହ ଖମାରି ଗାଁକୁ କୌଣସି କାମ ପାଇଁ ଯାଇଥିଲେ । ତେବେ ରାତିସାରା ତାଙ୍କ ଖୋଜ ଖବର ନଥିବାରୁ ତାଙ୍କ ପରିବାର ଲୋକେ ଏ ନେଇ ଖୋଜିଖୋଜି ଆରମ୍ଭ କରିଥିଲେ । ପରେ ତାଙ୍କ ମୃତଦେହ ଆଜି ଗାଁ ଠାରୁ ପ୍ରାୟ ୩ଶହ ମିଟର ଦୂରରେ ପଡିଥିଲା ।

ମୃତଦେହଟି ବିଲ ଭିତରେ ଅର୍ଦ୍ଧ ନଗ୍ନ ଅବସ୍ଥାରେ ଉଦ୍ଧାର ହୋଇଛି । ବୃଦ୍ଧାଙ୍କ ଗୋଡ ହାତକୁ ବାନ୍ଧି ଦେଇ ବେକରେ ଗାମୁଛା ବାନ୍ଧି ଦେଇ ବିଲରେ ପକାଯାଇଛି । ତେବେ ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି । ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ତେବେ ବୃଦ୍ଧା ଜଣଙ୍କୁ ହତ୍ୟା କରି ଏଠାରେ କିଏ ପକାଇଲା ତାହାକୁ ନେଇ ଏବେ ପ୍ରଶ୍ନ ଉଠିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି