କୂଅରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ବେଗୁନିଆ (ବଡ଼ ଖବର ବ୍ୟୁରୋ): ବେଗୁନିଆ ଥାନା ଅନ୍ତର୍ଗତ ଗୋଡା ଗ୍ରାମର ଏକ କୂଅରେ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତ ବ୍ୟକ୍ତି ଜଣକ ସେହି ଗ୍ରାମର ବାବନ ମାଣିଆ ବୋଲି ଜଣାପଡିଛି । ଘର ଲୋକଙ୍କ କହିବା ଅନୁଯାୟୀ ବୃଦ୍ଧ ମାଣିଆ ଗତକାଲି ରାତିରୁ କାହାକୁ କିଛି ନକହି ଚାଲି ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ଗ୍ରାମର ଏକ କୂଅରେ ଭାସୁଥିବାର ଜଣାପଡିଛି ।

କେଉଁ ପରିସ୍ଥିତିରେ ବୃଦ୍ଧ ଜଣକ କୂଅ ଭିତରେ ପଡ଼ିଲେ ତାର କାରଣ ଅସ୍ପଷ୍ଟ ଥିବା ବେଳେ କୂଅରେ ପାଣି ଭରା ଥିବାରୁ ଅସାବଧାନବଶତ କୂଅ ଭିତରେ ପଡିଯାଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ ବେଗୁନିଆ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’