Masthead

ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି ବିରୋଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମଣିପୁର ପ୍ରସଙ୍ଗକୁ ନେଇ ଚାଲିପାରୁନି ସଂସଦ । ବିରୋଧୀ ସରକାରଙ୍କୁ କରୁଛନ୍ତି ଟାର୍ଗେଟ । ଆଜି ସଂସଦ ଅଧିବେଶନର ପଞ୍ଚମ ଦିନ । ମଣିପୁର ହିଂସା ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତି ସମ୍ପର୍କରେ ବିରୋଧୀ ଦାବି ଜାରି ରଖିଛନ୍ତି। ଆଜି ବିରୋଧୀ ମୋଦୀ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି । ଏ ସଂକ୍ରାନ୍ତରେ ବାଚସ୍ପତିଙ୍କୁ ନୋଟିସ ଦିଆଯିବ ବୋଲି ଇଣ୍ଡିଆ ପକ୍ଷରୁ ଆୟୋଜିତ ବୈଠକରେ ଆଲୋଚନା ହୋଇଛି । ଏବାବଦରେ ଆଇଏନଡିଆଇଏ ନେତାମାନେ ଚୂଡ଼ାନ୍ତ ନିଷ୍ପତି ନେବେ ।

ଏଥିପାଇଁ ଦଳର ସବୁ ସାଂସଦଙ୍କୁ ଲୋକସଭାରେ ଉପସ୍ଥିତ ରହିବାକୁ ହ୍ୱିପ ଜାରି କରିଛି । ଆଜି ସକାଳ ସାଢେ ୧୦ ଟାରେ କଂଗ୍ରେସର ସଂସଦୀୟ ଦଳର ବୈଠକ ହେବାର ଅଛି । ଏହା ପୂର୍ବରୁ ରାଜ୍ୟସଭାର ବିରୋଧୀଦଳ ନେତା ମଲ୍ଲିକାର୍ଜୁନ ଖଡଗେଙ୍କ ଚାମ୍ବରରେ ଆଉ ଏକ ବୈଠକ ହେବାର ଅଛି । ସେପଟେ ମଙ୍ଗଳବାର ରାତିରେ ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଏହାକୁ ମୋହର ମାରିଛନ୍ତି। ସେ କହିଛନ୍ତି ଯେ ବିରୋଧୀ ଦଳ ବୁଧବାର ଲୋକ ସଭାରେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ