Masthead

ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି ବିରୋଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମଣିପୁର ପ୍ରସଙ୍ଗକୁ ନେଇ ଚାଲିପାରୁନି ସଂସଦ । ବିରୋଧୀ ସରକାରଙ୍କୁ କରୁଛନ୍ତି ଟାର୍ଗେଟ । ଆଜି ସଂସଦ ଅଧିବେଶନର ପଞ୍ଚମ ଦିନ । ମଣିପୁର ହିଂସା ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତି ସମ୍ପର୍କରେ ବିରୋଧୀ ଦାବି ଜାରି ରଖିଛନ୍ତି। ଆଜି ବିରୋଧୀ ମୋଦୀ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରନ୍ତି । ଏ ସଂକ୍ରାନ୍ତରେ ବାଚସ୍ପତିଙ୍କୁ ନୋଟିସ ଦିଆଯିବ ବୋଲି ଇଣ୍ଡିଆ ପକ୍ଷରୁ ଆୟୋଜିତ ବୈଠକରେ ଆଲୋଚନା ହୋଇଛି । ଏବାବଦରେ ଆଇଏନଡିଆଇଏ ନେତାମାନେ ଚୂଡ଼ାନ୍ତ ନିଷ୍ପତି ନେବେ ।

ଏଥିପାଇଁ ଦଳର ସବୁ ସାଂସଦଙ୍କୁ ଲୋକସଭାରେ ଉପସ୍ଥିତ ରହିବାକୁ ହ୍ୱିପ ଜାରି କରିଛି । ଆଜି ସକାଳ ସାଢେ ୧୦ ଟାରେ କଂଗ୍ରେସର ସଂସଦୀୟ ଦଳର ବୈଠକ ହେବାର ଅଛି । ଏହା ପୂର୍ବରୁ ରାଜ୍ୟସଭାର ବିରୋଧୀଦଳ ନେତା ମଲ୍ଲିକାର୍ଜୁନ ଖଡଗେଙ୍କ ଚାମ୍ବରରେ ଆଉ ଏକ ବୈଠକ ହେବାର ଅଛି । ସେପଟେ ମଙ୍ଗଳବାର ରାତିରେ ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଏହାକୁ ମୋହର ମାରିଛନ୍ତି। ସେ କହିଛନ୍ତି ଯେ ବିରୋଧୀ ଦଳ ବୁଧବାର ଲୋକ ସଭାରେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼