Masthead

ଗଡିଲା ଅକ୍ସିଜେନ ଏକ୍ସପ୍ରେସ

ବିଶାଖାପଟଣା (ବଡ଼ ଖବର ବ୍ୟୁରୋ): ଅକ୍ସିଜେନ ଅଭାବ ଭିତରେ ବଡ ଆଶ୍ୱସ୍ତି । ବିଶାଖାପଟଣାରୁ ମହାରାଷ୍ଟ୍ର ଅଭିମୁଖେ ଗଡିଲା ଅକ୍ସିଜେନ ଏକ୍ସପ୍ରେସ । ଆଜିଠୁ ଗଡିଲା ଏହି ଏକ୍ସପ୍ରେସ । ଅକ୍ସିଜେନ ଅଭାବ ଭିତରେ ବିଶାଖପାଟଣାରୁ ମହାରାଷ୍ଟ୍ର ଅଭିମୁଖେ ଗଡିଛି ପ୍ରଥମ ଅକ୍ସିଜେନ ଏକ୍ସପ୍ରେସ । ଏହି ଅକ୍ସିଜେନ ଏକ୍ସପ୍ରେସରେ ୭ଟି ଟ୍ୟାଙ୍କରରେ ଅକ୍ସିଜେନ ପଠାଯାଇଛି । ପ୍ରତି ଟ୍ୟାଙ୍କରରେ ରହିଛି ୧୫ ଟନ ଲେଖାଏଁ ତରଳ ମେଡିକାଲ ଅକ୍ସିଜେନ । ଗତକାଲି ସନ୍ଧ୍ୟାରେ ବିଶାଖପାଟନମର ରାଷ୍ଟ୍ରୀୟ ଇସ୍ପାତ ନିଗମ ଲିମିଟେଡରୁ ମହାରାଷ୍ଟ୍ର ଅଭିମୁଖେ ଯାତ୍ରା କରିଛି । ଏହା ପଶ୍ଟିମ ଭାରତର ବିଭିନ୍ନ ଅଞ୍ଚଳର ଡାକ୍ତରଖାନା ଓ କରୋନା ରୋଗୀଙ୍କ ପାଇଁ ସହାୟକ ହେବ । ମହାରାଷ୍ଟ୍ର କାମ୍ବୋଲି ଗୁଡସ-ସେଡରୁ ୭ଟି ଖାଲି ଟ୍ୟାଙ୍କର ଗୁରୁବାର ସକାଳେ ବିଶାଖପାଟନମ ପହଞ୍ଚିଥିଲା ।

ଏହାପରେ ସେହି ଖାଲି ଟ୍ୟାଙ୍କରରେ ଅକ୍ସିଜେନ ଭର୍ତ୍ତି କରାଯିବା ପରେ ମହାରାଷ୍ଟ୍ର ଅଭିମୁଖେ ଯାତ୍ରା କରିଛି । ପୂର୍ବତଟ ରେଳପଥ ୱାଲଟିୟର ରେଳମଣ୍ଡଳ ଏବଂ ରାଷ୍ଟ୍ରୀୟ ଇସ୍ପାତ ନଗର ନିଗମ ଲିମିଟେଡ ଅଧିକାରୀଙ୍କ ମିଳିତ ପ୍ରୟାସରେ ଏହି ପ୍ରକଳ୍ପ ସଫଳ ହୋଇଛି । କୋଭିଡ ମହାମାରୀ ସମୟର ବର୍ତ୍ତମାନର ପରିସ୍ଥିତିରେ ଏହା ଅତ୍ୟନ୍ତ ଲାଭଦାୟକ ପ୍ରମାଣିତ ହେବ । କୋଭିଡ ବିରୋଧୀ ଲଢେଇରେ ରେଳବାଇ ଦେଶର ବିଭିନ୍ନ ସ୍ଥାନକୁ ଅମ୍ଲଜାନ ଏକ୍ସପ୍ରେସ ଚଳାଇବା ପାଇଁ ନିଜକୁ ପ୍ରସ୍ତୁତ କରିଛି । ଗତବର୍ଷ ମଧ୍ୟ ପ୍ରବାସୀ ଘରକୁ ଫେରିବା ପାଇଁ ରେଳ ବିଭାଗ ପକ୍ଷରୁ ସ୍ପେଶାଲ ଟ୍ରେନ ଚଳାଚଳ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି