Masthead

ଆରମ୍ଭ ହେଲା ପିତୃପକ୍ଷ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଆରମ୍ଭ ହୋଇଛି ପିତୃ ପକ୍ଷ । ସେଥିପାଇଁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସମେତ ଶ୍ରୀମନ୍ଦିର ଚତୁରପାର୍ଶରେ ଓ ସମୁଦ୍ର ବେଳାଭୂମିରେ ଲାଗିଛି ଗହଳି ଚହଳି। ହଜାର ହଜାର ଭକ୍ତ ନିଜ ନିଜ ପିତୃପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରୁଛନ୍ତି ।

ଏନେଇ ଆଜି ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ କରୁଥିବା ଦେଖିବାକୁ ମିଳିଛି । ଦୀର୍ଘ ପନ୍ଦରଦିନ ଧରି ପିତୃପୁରୁଷ ମାନଙ୍କ ଉଦ୍ୟେଶ୍ୟରେ ତର୍ପଣ କରାଯିବାର ବିଧିରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର‌୍ୟ୍ୟନ୍ତ ପିତୃପକ୍ଷ ଚାଲୁରହିବ । ତେବେ ଶ୍ରୀମନ୍ଦିର ବାଇଶିପାହାଚରରେ ପୂର୍ବରୁ ପିଣ୍ଡଦାନ କରାଯାଉଥିଲା।

ଟିକେଟ କାଟି ଭକ୍ତମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରୁଥିଲେ। ମାତ୍ର କିଛିବର୍ଷ ହେବ ପ୍ରଶାସନ ଏହାକୁ ରୋକ ଲଗାଇଛି। ଫଳରେ ଶ୍ରୀମନ୍ଦିର ବାହାରେ ଉତ୍ତରପୂର୍ବ କୋଣରେ ମେଘନାଦ ପାଚେରୀକୁ ଲାଗି ଭକ୍ତମାନେ ତିଳତର୍ପଣ କରିଆସୁଛନ୍ତି। ବିଶେଷକରି ଶ୍ରୀକ୍ଷେତ୍ରରେ ମାର୍କଣ୍ଡେୟ ପୁଷ୍କରିଣୀ, ନରେନ୍ଦ୍ର ପୁଷ୍କରିଣୀ, ଶ୍ୱେତଗଙ୍ଗା,ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ତିଳତର୍ପଣ କରାଯାଉଛି।

ଶ୍ରୀମନ୍ଦିର ନିକଟରେ ତିଳତର୍ପଣ କଲେ ପିତୃପୁରୁଷଙ୍କୁ ମହାପ୍ରସାଦ ଦେଇ ସନ୍ତୁଷ୍ଟ କରିଯାଏ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି। ସେପଟେ ଗତକାଲି ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନିତି ସମ୍ପର୍ଣ୍ଣ ହେବା ପରେ ନିତିକାନ୍ତି ସଅଳ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ