Masthead

ଆରମ୍ଭ ହେଲା ପିତୃପକ୍ଷ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଆରମ୍ଭ ହୋଇଛି ପିତୃ ପକ୍ଷ । ସେଥିପାଇଁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସମେତ ଶ୍ରୀମନ୍ଦିର ଚତୁରପାର୍ଶରେ ଓ ସମୁଦ୍ର ବେଳାଭୂମିରେ ଲାଗିଛି ଗହଳି ଚହଳି। ହଜାର ହଜାର ଭକ୍ତ ନିଜ ନିଜ ପିତୃପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରୁଛନ୍ତି ।

ଏନେଇ ଆଜି ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ କରୁଥିବା ଦେଖିବାକୁ ମିଳିଛି । ଦୀର୍ଘ ପନ୍ଦରଦିନ ଧରି ପିତୃପୁରୁଷ ମାନଙ୍କ ଉଦ୍ୟେଶ୍ୟରେ ତର୍ପଣ କରାଯିବାର ବିଧିରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର‌୍ୟ୍ୟନ୍ତ ପିତୃପକ୍ଷ ଚାଲୁରହିବ । ତେବେ ଶ୍ରୀମନ୍ଦିର ବାଇଶିପାହାଚରରେ ପୂର୍ବରୁ ପିଣ୍ଡଦାନ କରାଯାଉଥିଲା।

ଟିକେଟ କାଟି ଭକ୍ତମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରୁଥିଲେ। ମାତ୍ର କିଛିବର୍ଷ ହେବ ପ୍ରଶାସନ ଏହାକୁ ରୋକ ଲଗାଇଛି। ଫଳରେ ଶ୍ରୀମନ୍ଦିର ବାହାରେ ଉତ୍ତରପୂର୍ବ କୋଣରେ ମେଘନାଦ ପାଚେରୀକୁ ଲାଗି ଭକ୍ତମାନେ ତିଳତର୍ପଣ କରିଆସୁଛନ୍ତି। ବିଶେଷକରି ଶ୍ରୀକ୍ଷେତ୍ରରେ ମାର୍କଣ୍ଡେୟ ପୁଷ୍କରିଣୀ, ନରେନ୍ଦ୍ର ପୁଷ୍କରିଣୀ, ଶ୍ୱେତଗଙ୍ଗା,ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ତିଳତର୍ପଣ କରାଯାଉଛି।

ଶ୍ରୀମନ୍ଦିର ନିକଟରେ ତିଳତର୍ପଣ କଲେ ପିତୃପୁରୁଷଙ୍କୁ ମହାପ୍ରସାଦ ଦେଇ ସନ୍ତୁଷ୍ଟ କରିଯାଏ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି। ସେପଟେ ଗତକାଲି ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନିତି ସମ୍ପର୍ଣ୍ଣ ହେବା ପରେ ନିତିକାନ୍ତି ସଅଳ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼