ପାଇଖାନାରେ ପଡ଼ି ରୋଗୀ ମୃତ

କଟକ (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ଉତ୍ତମ ଚିକିତ୍ସା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସମୟରେ ରୋଗୀ ଅବହେଳା କଥା ସାମ୍ନାକୁ ଆସିଛି । ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମେଡିକାଲ କର୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି । ମୃତ୍ୟୁବରଣ କରିଥିବା ବ୍ୟକ୍ତି ପରମହଂସ ଗ୍ରାମ ପଞ୍ଚାୟତ ରାଜହଂସ ଗାଁ ର ଧ୍ରୁବଚରଣ ବେହେରା ତାଙ୍କ ବୟସ ୭୩ ବର୍ଷ ।

ରୋଗୀ ପ୍ରତି ଅବହେଳା ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ କରିଛନ୍ତି । କଟକ ବଡ଼ ମେଡ଼ିକାଲ କୋଭିଡ୍ ଓ୍ବାର୍ଡରେ ଜଣେ ରୋଗୀ ପାଇଖାନାରେ ପଡି ମୃତ୍ୟୁ ହୋଇଛି । ଏହି ଅଭାବନୀୟ ଘଟଣାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନା ଅନୁଯାୟୀ ରାଜହଂସ ଗ୍ରାମର କୋଭିଡ ସଂକ୍ରମିତ ରୋଗୀ ଧ୍ରୁବଚରଣ ବେହେରା ଚିକିତ୍ସା ପାଇଁ ଗତକାଲି କଟକ ବଡ଼ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସନ୍ଧ୍ୟାରେ ସେ ପରିସ୍ରା କରିବାକୁ ପାଇଖାନାକୁ ଯାଇଥିଲେ।

ସେଠାରେ ତାଙ୍କର ଗୋଡ଼ ଖସି ଯାଇଥିଲା। ଭିତରୁ କବାଟ ବନ୍ଦ ଥିବାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସେ ପାଇଖାନାରେ ପଡ଼ିରହିଥିଲେ। କିନ୍ତୁ ତାଙ୍କୁ କେହି ଖୋଜାଖୋଜି କରିନଥିଲେ । ପରେ ତାଙ୍କ ପୁଅ ପାଇଖାନା ଭିତରୁ ତାଙ୍କୁ ଉଦ୍ଧାର କରିଥିଲେ । ସେତେବେଳକୁ ତାଙ୍କର ମୃତ୍ୟୁ ଘଟି ସାରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’