Masthead

ଗଛକୁ ପିଟିଲା ପାଟ୍ରୋଲିଙ୍ଗ ଗାଡ଼ି

ସୋନପୁର  (ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନାର ପାଟ୍ରୋଲିଙ୍ଗ ଗାଡ଼ି ଦୁର୍ଘଟଣା ଗ୍ରସ୍ତ । ପେଟ୍ରୋଲିଙ୍ଗ ସାରି ଫେରୁଥିବା ବେଳେ ରାସ୍ତା କଡରେ ଥିବା ଏକ ବରଗଛକୁ ଧକ୍କାଦେଇ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ପାଞ୍ଚ ପୋଲିସ୍ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ ସୁବଳୟା ପୋଲିସ ଭୋର ସମୟରେ ପେଟ୍ରୋଲିଙ୍ଗ ସାରି ଥାନାକୁ ଫେରୁଥିବା ବେଳେ ସୁବଳୟା-ରେଢ଼ାଖୋଲ ରାସ୍ତା ବାଉରୀଯୋର୍ ପୋଲ ପାଖରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଗଛକୁ ଧକ୍କାଦେଇ ଗାଡି ରାସ୍ତା ତଳକୁ ଓଲଟି ପଡିଥିଲା । ଫଳରେ ସୁବଳୟା ଥାନା ସବ୍ ଇନ୍ସପେକ୍ଟରଙ୍କ , ଏଏସଆଇ ଏସଙ୍କ ସମେତ ପାଞ୍ଚ ପୋଲିସ୍ କର୍ମଚାରୀ ଥିବା ଜଣାପଡ଼ିଛି । ଉଭୟଙ୍କ ଅବସ୍ଥା ଗୁରୁତର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ