ଲୋକାର୍ପଣ ପୂର୍ବରୁ ଭାଙ୍ଗିଲା ଫଳକ, ଅଧା ବାଟରୁ ଫେରିଲେ ମନ୍ତ୍ରୀ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଲୋକାର୍ପଣ ପୂର୍ବରୁ ବିଜୁ ସେତୁ ଫଳକ ଭାଙ୍ଗିଦେଲେ। ଯେଉଁଥିପାଇଁ ଯାଇଥିବା ମନ୍ତ୍ରୀ ଅଧା ବାଟରୁ ଫେରିଲେ। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ନିର୍ବାଚନମଣ୍ଡଳୀରେ । ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଅପଦସ୍ଥ ହେବାକୁ ପଡ଼ିଲା। ତେବେ କିଏ ଫଳକ ଭାଙ୍ଗିଲା, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ମହାକାଳପଡା ବ୍ଲକ୍‌ ବତୀଘର ପଞ୍ଚାୟତ ନିପାଣିଆ ଖୋଳା ନାଳରେ ବିଜୁ ସେତୁ ନିର୍ମାଣ ହୋଇଥିଲା।

ସେହି ସେତୁ ଲୋକାର୍ପିତ ହୋଇଥାଆନ୍ତା। ସେଥିପାଇଁ ଫଳକ ନିର୍ମାଣ କରାଯାଇଥିଲା। ନିର୍ଦ୍ଧାରିତ ସମୟରେ ସ୍ଥାନୀୟ ବିଧାୟକ ତଥା ସମବାୟ ଖାଦ୍ୟ ଯୋଗାଣ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ନିଜର ସମର୍ଥକଙ୍କ ସହ ନିପାଣିଆ ଅଭିମୁଖେ ବାହାରିଥିଲେ। ହେଲେ ସେଠାରେ ପହଞ୍ଚିବା ପୂର୍ବରୁ ଦୁର୍ବୃତ୍ତମାନେ ଫଳକକୁ ଭାଙ୍ଗି ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ