Masthead

ପୋଖରୀ ପାଣିରେ ମେଣ୍ଟୁଛି ଶୋଷ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ପିଇବା ପାଣି ସମସ୍ୟା, ପୋଖରୀ ପାଣିକୁ ଭରସା । ଜମନକିରା ବ୍ଲକ୍ ଡିମ୍ବିରି ମୁଣ୍ଡା ଗ୍ରାମପଞ୍ଚାୟତ ଖେଣ୍ଡି ପଡାରେ ପ୍ରାୟ ୩୦୦ ଜନ ସଂଖ୍ୟା ଥିବାବେଳେ ଗୋଟିଏ ନଳକୂପ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ନଳକୂପଟିର ପାଣି ମଧ୍ୟ ପିଇବା ଯୋଗ୍ୟ ନୁହେଁ ତା ସତ୍ତ୍ୱେ ବି ନଳକୂପ ଓ ପୋଖରୀ ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି । ବହୁବାର ଅଭିଯୋଗ କଲେ ମଧ୍ୟ ପ୍ରଶାସନ ନିରବ ରହୁଥିବା ଗ୍ରାମବାସୀ ଜଣାଇଛନ୍ତି ।

ଡିମ୍ବିରି ମୁଣ୍ଡା ପଞ୍ଚାୟତ ଅଫିସରୁ ମାତ୍ର ୫୦୦ମିଟର ଥିବା ଏହି ପଡାରେ ଯଦି ଏପରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତାହେଲେ ପଞ୍ଚାୟତର ଅନ୍ୟ ଗ୍ରାମ ଗୁଡ଼ିକ କିପରି ଥିବ ତାହା ପ୍ରଶ୍ନ ବାଚୀ ସୃଷ୍ଟି କରିଛି । ପୋଖରୀର ଦୂଷିତ ପାଣି ବ୍ୟବହାର କରି ଲୋକମାନେ ବିଭିନ୍ନ ରୋଗର ଶିକାର ହେଉଛନ୍ତି । ତଥାପି ପ୍ରଶାସନ ଧ୍ୟାନ ଦେଉନଥିବାରୁ ଜନସାଧାରଣ ଅସନ୍ତୋଷ ପ୍ରକାଶ କରିଛନ୍ତି । ଅଭିଯୋଗ ନଶୁଣିଲେ ଆଗକୁ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବା ପାଇଁ ଚେତାବନୀ ଦେଇଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ