Masthead

୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୩ରୁ ରାଷ୍ଟ୍ରପତିଙ୍କ ୫ ଦିନିଆ ଓଡ଼ିଶା ଗସ୍ତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡିସେମ୍ବର ୩ରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି । ଡିସେମ୍ବର ୩ରୁ ୭ ମଧ୍ୟରେ ବିଭିନ୍ନ କାରର୍ଯ୍ୟକ୍ରମରେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବତ୍ତର୍ନ କରିବାର କାର୍ଯ୍ୟକ୍ରମ ରହିଛି । ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ଆସିବେ । ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କଲେଇକୁଣ୍ଡା ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜର ରଙ୍ଗମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ନିଜ ଗାଁ ଉପରବେଡାକୁ ଯିବେ ରାଷ୍ଟ୍ରପତି ।

ଗାଁରେ ପହଞ୍ଚିବା ପରେ ଉପରବେଡା ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯାଇ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିବାର କାର୍ଯ୍ୟକ୍ରମ ରହିଛି । ପରେ ସେଠାରୁ ନିଜ ବାସଭବନକୁ ଯିବେ । ୭ ତାରିଖରେ ବାଙ୍ଗିରିପୋଷି ଯାଇ ଯାଇ ବହୁ ପ୍ରତୀକ୍ଷୀତ ବାଙ୍ଗିରିପୋଷି-ଗୋରୁ ମହିଷାଣୀ, ବୁଢାମରା-ଚାକୁଳିଆ ଓ ବାଦାମପାହାଡ-କେନ୍ଦୁଝରଗଡ ରେଳପଥର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି । ଏହାସହ ଆଭାସୀ ଜରିଆରେ ଆଦିବାସୀ ଗବେଷଣା କେନ୍ଦ୍ର, ଦାଣ୍ଡବୋଷ ଏୟାରଷ୍ଟ୍ରିପ୍ ଓ ଉପଖଣ୍ଡ ଚିକିତ୍ସାଳୟର ପୁନରୁଦ୍ଧାର ନିମନ୍ତେ ଭିତ୍ତି ପ୍ରସ୍ଥର ସ୍ଥାପନ କରିବାର କାର୍ୟ୍ୟକ୍ରମ ରହିଛି । କାର୍ଯ୍ୟକ୍ରମ ସରିବା ପରେ କଲେଇକୁଣ୍ଡା ବିମାନବନ୍ଦରରୁ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ