୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୩ରୁ ରାଷ୍ଟ୍ରପତିଙ୍କ ୫ ଦିନିଆ ଓଡ଼ିଶା ଗସ୍ତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡିସେମ୍ବର ୩ରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି । ଡିସେମ୍ବର ୩ରୁ ୭ ମଧ୍ୟରେ ବିଭିନ୍ନ କାରର୍ଯ୍ୟକ୍ରମରେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବତ୍ତର୍ନ କରିବାର କାର୍ଯ୍ୟକ୍ରମ ରହିଛି । ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ଆସିବେ । ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କଲେଇକୁଣ୍ଡା ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜର ରଙ୍ଗମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ନିଜ ଗାଁ ଉପରବେଡାକୁ ଯିବେ ରାଷ୍ଟ୍ରପତି ।

ଗାଁରେ ପହଞ୍ଚିବା ପରେ ଉପରବେଡା ସରକାରୀ ଉଚ୍ଚ ବିଦ୍ୟାଳୟକୁ ଯାଇ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିବାର କାର୍ଯ୍ୟକ୍ରମ ରହିଛି । ପରେ ସେଠାରୁ ନିଜ ବାସଭବନକୁ ଯିବେ । ୭ ତାରିଖରେ ବାଙ୍ଗିରିପୋଷି ଯାଇ ଯାଇ ବହୁ ପ୍ରତୀକ୍ଷୀତ ବାଙ୍ଗିରିପୋଷି-ଗୋରୁ ମହିଷାଣୀ, ବୁଢାମରା-ଚାକୁଳିଆ ଓ ବାଦାମପାହାଡ-କେନ୍ଦୁଝରଗଡ ରେଳପଥର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି । ଏହାସହ ଆଭାସୀ ଜରିଆରେ ଆଦିବାସୀ ଗବେଷଣା କେନ୍ଦ୍ର, ଦାଣ୍ଡବୋଷ ଏୟାରଷ୍ଟ୍ରିପ୍ ଓ ଉପଖଣ୍ଡ ଚିକିତ୍ସାଳୟର ପୁନରୁଦ୍ଧାର ନିମନ୍ତେ ଭିତ୍ତି ପ୍ରସ୍ଥର ସ୍ଥାପନ କରିବାର କାର୍ୟ୍ୟକ୍ରମ ରହିଛି । କାର୍ଯ୍ୟକ୍ରମ ସରିବା ପରେ କଲେଇକୁଣ୍ଡା ବିମାନବନ୍ଦରରୁ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’