Masthead

୨ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ୨ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆଜି ସନ୍ଧ୍ୟା ୬ଟା ୨୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ ରାଷ୍ଟ୍ରପତି । ପରେ ରାଜଭବନରେ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି । ୨୧ ସକାଳ ୯ଟା ୪୫ରେ ଝାରସୁଗୁଡର ବିମାନବନ୍ଦରରେ ପହଂଚିବେ ରାଷ୍ଟ୍ରପତି । ଏହାପରେ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ରାଉରକେଲାରୁ ଫେରି ରାଜଭବନରେ ରାତ୍ରୀ ଯାପନ କରିବେ ରାଷ୍ଟ୍ରପତି । ୨୨ ତାରିଖ ସକାଳ ୯ଟା ୫ ମିନିଟରେ ପୁରୀ ଗସ୍ତ କରି ମହାପ୍ରଭୃଙ୍କୁ ଦର୍ଶନ କରିବେ । ଶ୍ରୀଜୀଉଙ୍କୁ ଦର୍ଶନ ପରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ଅପରାହ୍ନ ୪ଟା ୫୫ରେ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତନ କରିବେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହାକୁ ନେଇ ପ୍ରଶାସନ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ 🔴 ଭାରତ ଉପରେ ଶୁଳ୍କ ବୃଦ୍ଧି ନେଇ ପୁଣି ଧମକାଇଲେ ଟ୍ରମ୍ପ 🔴 ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ସପ୍ତାହରେ ୩ଥର ଡାଳିମ୍ବ ଖାଇବା ଦ୍ୱାରା ଆପଣଙ୍କୁ ଅନେକ ଆଶ୍ଚର୍ଯ୍ୟଜନକ ଲାଭ ମିଳିଥାଏ…… 🔴 ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା 🔴 ରାଜ୍ୟରେ ନିର୍ମାଣ ହେବ ୮୩୫ ଆଦର୍ଶ ବିଦ୍ୟାଳୟ  🔴 ଆସୁଛି ଆଉ ଏକ ଲଘୁଚାପ 🔴 ଭାରତ ଉପରେ ଶୁଳ୍କ ବୃଦ୍ଧି ନେଇ ପୁଣି ଧମକାଇଲେ ଟ୍ରମ୍ପ 🔴 ନାଇଟ୍‌ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର