ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନଆ ଓଡିଶା ଗସ୍ତରେ ଆସିବେ । ଆସନ୍ତା ୨୧ ତାରିଖରେ ରାଷ୍ଟ୍ରପତିଙ୍କର ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ୨୨ ତାରିଖରେ ଭାରତୀୟ ତୈଳନିଗମ ପକ୍ଷରୁ କୋଣାର୍କରେ ନିର୍ମିତ ବ୍ୟାକ୍ଷାନମାଳା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ସହ ରାଷ୍ଟ୍ରପତି କୋଣାର୍କର ସୂର୍ଯ୍ୟମନ୍ଦିର ପରିଦର୍ଶନ କରିିବାର କାର୍ଯ୍ୟକ୍ରମ ରହିଛି । ରାଉରକେଲା ଏନଆଇଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମଧ୍ୟ ଯୋଗଦାନ କରିବେ । ଏନେଇ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି ।

ରାଷ୍ଟ୍ରପତି କାର୍ଯ୍ୟଭାର ଗ୍ରହଣ ପରେ ୧ମ ଥର ପାଇଁ କୋଣାର୍କ ମନ୍ଦିର ପରିଦର୍ଶନରେ କରୁଛନ୍ତି । ତାଙ୍କର ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି । ସ୍ୱାଗତ କରିବେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତିଙ୍କ ସହ କେତେକ କେନ୍ଦ୍ରମନ୍ତ୍ରୀ କାର୍ଯ୍ୟକ୍ରମ ଯୋଗଦେବେ । ଏନେଇ ରାଷ୍ଟ୍ରପତି ଭବନ, କେନ୍ଦ୍ର ଗୃହ ମନ୍ତ୍ରଣାଳୟ, ରାଜ୍ୟ ରାଜଭବନ କାର୍ଯ୍ୟାଳୟ, ରାଜ୍ୟ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ତତ୍ପରତା ପ୍ରକାଶ ପାଇଛି । କରୋନା କଟକଣା ଦୃଷ୍ଟିରୁ ରାଷ୍ଟ୍ରପତିଙ୍କ ଗସ୍ତକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ