ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ଉପରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଆଜି ଆୟୋଜିତ ହେବ। ଏଥିରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ମୁଖ୍ୟ ଅତିଥିଭାବେ ଯୋଗଦେବେ । ଏହି ଅବସରରେ ଦେଶର ୫ଜଣ ବ୍ୟକ୍ତିଙ୍କୁ ସମ୍ମାନସୂଚକ ଡକ୍ଟରେଟ ଡିଗ୍ରୀ ଦିଆଯିବ ।

ଚଳିତବର୍ଷ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଓଡିଶା ହାଇକୋର୍ଟର ବିଚାରପତି ସଞ୍ଜୁ ପଣ୍ଡା, ଭାବା ଆଟୋମିକ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ବିଜୟ କୁମାର ସାହୁଙ୍କୁ ଡକ୍ଟରେଟ ଡିଗ୍ରୀ ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି । ସମାବର୍ତ୍ତନ ଉତ୍ସବରେ କୋଭିଡ୍ ନିୟମାବଳୀ କଡାକଡି ପାଳନ କରାଯିବ। ଏଥିରେ ୫ଶହ ଜଣଙ୍କୁ ଅଂଶଗ୍ରହଣ ପାଇଁ ଅନୁମତି ମିଳିବ। ସମାବର୍ତ୍ତନ ଉତ୍ସବ ପୂର୍ବରୁ ଅଧ୍ୟାପକ, ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ଆରଟିପିସିଆର ଟେଷ୍ଟ କରାଯାଇଛି । କୋଭିଡ ନେଗେଟିଭ ରିପୋର୍ଟ ଥିବା ବ୍ୟକ୍ତି ହିଁ ଉତ୍ସବରେ ଯୋଗ ଦେଇପାରିବେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’