Masthead

ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଆରମ୍ଭ କଲେ ନୀତି ଆୟୋଗ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇଛି ନୀତି ଆୟୋଗର ଷଷ୍ଠ ପରିଚାଳନା ପରିଷଦର ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ଜରିଆରେ ଆରମ୍ଭ କରାଯାଇଛି । ବୈଠକରେ ବିଭିନ୍ନ ଦେଶର ମୁଖ୍ୟମନ୍ତ୍ରୀଙ୍କ ସହିତ ଓଡିଶାର ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେଇଛନ୍ତି । ବୈଠକର ଏଜେଣ୍ଡା ଭାବେ କୃଷି ଭିତିଭୂମି ଉତ୍ପାଦନ, ମାନବ ସମ୍ବଳ ବିକାଶ, ତୃଣମୂଳ ସ୍ତରରେ ସେବା ପ୍ରଦାନ ଏବଂ ସ୍ୱାସ୍ଥ୍ୟ ଓ ପୃଷ୍ଟିକର ସମ୍ବନ୍ଧିତ ବିଷୟରେ ସ୍ଥାନୀତ ହୋଇଛି ।

ଆନ୍ତଃ ବିଭାଗୀୟ ଏବଂ ସଂଘୀୟ ପ୍ରସଙ୍ଗ ଉପରେ ଆଲୋଚନା ହେବା ନେଇ ପରିଚାଳନା ପରିଷଦ ଏକ ପ୍ଲାଟଫର୍ମ ଉପସ୍ଥାପନା କରିଛି । ନୀତି ଆୟୋଗର ଉଚ୍ଚ ସ୍ତରୀୟ ପରିଷଦର ଏହି ବୈଠକରେ ସମସ୍ତ ରାଜ୍ୟ କେନ୍ଦ୍ର ଶାସିତ ଅଂଚଳର ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ, କେତେକ କେନ୍ଦ୍ରମନ୍ତ୍ରୀ ଓ ବରିଷ୍ଠ ସରକାରୀ ଅଧରକାରୀ ସାମିଲ ହେବେ ।

ଷଷ୍ଠ ବୈଠକରେ ପ୍ରଥମ ଥର ଲଦାଖ ଓ ଜମ୍ମୁ କାଶ୍ମୀରର ଅଧିକାରୀ ସାମିଲ ହେବେ । ବୈଠକରେ ପରିଚାଳନା ପରିଷଦର ପୂର୍ବତନ ଅଧିକାରୀ, ସଦସ୍ୟ, କେନ୍ଦ୍ରମନ୍ତ୍ରୀଗଣ, ଉପାଧ୍ୟକ୍ଷ, ନୀତି ଆୟୋଗରେ ସଦସ୍ୟ ତଥା ସିଇଓ ଏବଂ ଭାରତର ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀ ଯୋଗ ଦେବେ । ତେବେ ଗତ ବର୍ଷ କରୋନା ସଂକ୍ରମଣ ପାଇଁ ବୈଠକ ବସିନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା