Masthead

ପ୍ରଧାନମନ୍ତ୍ରୀଙ୍କୁ ‘ଲେଜିଅନ ଅଫ ମେରିଟ୍’ ସମ୍ମାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଛି ଆମେରିକାର ସର୍ବୋଚ୍ଚ ସମ୍ମାନ । ଭାରତ ଏବଂ ଆମେରିକାର ରଣନୀତି ଭାଗିଦାରୀ ବୃଦ୍ଧିରେ ନେତୃତ୍ୱ ପାଇଁ ଆମେରିକାର ସର୍ବୋଚ୍ଚ ସମ୍ମାନ ‘ଲେଜିଅନ୍ ଅଫ୍ ମେରିଟ୍’ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଦାନ କରାଯାଇଛି । ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା ରବର୍ଟ ସି ଓ’ ବ୍ରାଇନ୍ ଏହି ସୂଚନା ଦେଇଛନ୍ତି । ଆମେରିକାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ତରଞ୍ଜିତ ସିଂ ସାନ୍ଧୁ ପ୍ରଧାନମନ୍ତ୍ରୀଙ୍କ ତରଫରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି । ଆମେରିକା-ଭାରତ ରଣନୀତିକ ଭାଗିଦାରୀକୁ ବୃଦ୍ଧି କରିବାରେ ନେତୃତ୍ୱ ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାମନ୍ତ୍ରୀ ମୋଦିଙ୍କୁ ଏହି ସମ୍ମାନ ପାଇଁ ବିବେଚିତ କରିଥିଲେ । ‘ଲେଜିଅନ୍ ଅଫ୍ ମେରିଟ୍’ ସମ୍ମାନ ୨୦ ଜୁଲାଇ ୧୯୪୨ରେ ପ୍ରତିଷ୍ଠିତ ହୋଇଥିଲା । ନିଜ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରୁଥିବା ଆମେରିକାର ସୈନିକ ତଥା ରାଜନୈତିକ ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ