ପ୍ରଧାନମନ୍ତ୍ରୀଙ୍କୁ ‘ଲେଜିଅନ ଅଫ ମେରିଟ୍’ ସମ୍ମାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଛି ଆମେରିକାର ସର୍ବୋଚ୍ଚ ସମ୍ମାନ । ଭାରତ ଏବଂ ଆମେରିକାର ରଣନୀତି ଭାଗିଦାରୀ ବୃଦ୍ଧିରେ ନେତୃତ୍ୱ ପାଇଁ ଆମେରିକାର ସର୍ବୋଚ୍ଚ ସମ୍ମାନ ‘ଲେଜିଅନ୍ ଅଫ୍ ମେରିଟ୍’ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଦାନ କରାଯାଇଛି । ଆମେରିକା ଜାତୀୟ ସୁରକ୍ଷା ପରାମର୍ଶଦାତା ରବର୍ଟ ସି ଓ’ ବ୍ରାଇନ୍ ଏହି ସୂଚନା ଦେଇଛନ୍ତି । ଆମେରିକାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ତରଞ୍ଜିତ ସିଂ ସାନ୍ଧୁ ପ୍ରଧାନମନ୍ତ୍ରୀଙ୍କ ତରଫରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି । ଆମେରିକା-ଭାରତ ରଣନୀତିକ ଭାଗିଦାରୀକୁ ବୃଦ୍ଧି କରିବାରେ ନେତୃତ୍ୱ ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାମନ୍ତ୍ରୀ ମୋଦିଙ୍କୁ ଏହି ସମ୍ମାନ ପାଇଁ ବିବେଚିତ କରିଥିଲେ । ‘ଲେଜିଅନ୍ ଅଫ୍ ମେରିଟ୍’ ସମ୍ମାନ ୨୦ ଜୁଲାଇ ୧୯୪୨ରେ ପ୍ରତିଷ୍ଠିତ ହୋଇଥିଲା । ନିଜ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରୁଥିବା ଆମେରିକାର ସୈନିକ ତଥା ରାଜନୈତିକ ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ