ଆଫଗାନିସ୍ତାନ ସ୍ଥିତି ନେଇ ପୁଟିନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନ ଏବେ ତାଲିବାନ କବଜାରେ ରହିଛି । ଆଫଗାନ ସଙ୍କଟ ସାରା ବିଶ୍ବରେ ପ୍ରଭାବ ପକାଇଛି । ଏହା ସହ ସମସ୍ତ ଦେଶ ନିଜ ନିଜର ନାଗରିକଙ୍କୁ ସେଠାରୁ ସୁରକ୍ଷିତ ବାହାର କରିନେବାକୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହାରି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ପାଖାପାଖି ୪୫ ମିନିଟ ଫୋନରେ ଆଲୋଚନା କରିଛନ୍ତି ।

ଆଫଗାନିସ୍ତାନର ସ୍ଥିତି ଉପରେ ଦୁଇ ରାଷ୍ଟ୍ର ମୁଖ୍ୟ ଚର୍ଚ୍ଚା କରିଥିବା ଜଣାପଡ଼ିଛି। ଏହି ଆଲୋଚନା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି ଲେଖିଛନ୍ତି, ‘ଆଫଗାନିସ୍ତାନ ପରିସ୍ଥିତି ସମ୍ପର୍କରେ ମୋର ମିତ୍ର ରାଷ୍ଟ୍ରପତି ପୁଟିନଙ୍କ ସହ ବିସ୍ତୃତ ଆଲୋଚା କରିଛି। ଏହା ସହ ଆମେ ଦ୍ବିପାକ୍ଷିକ ଏଜେଣ୍ଡା ଉପରେ ଚର୍ଚ୍ଚା କରିଛୁ। ଏଥିରେ କରୋନା ବିରୋଧରେ ଭାରତ ଏବଂ ରୁଷ ସହଯୋଗ ସାମିଲ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ