Masthead

କାଲି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତର ଓଡ଼ିଶାରେ ତାଣ୍ଡବ ରଚିଛି ‘ୟାଶ’ । ଏହା ପ୍ରଭାବରେ ଅନେକ କ୍ଷୟକ୍ଷତି ହୋଇଛି । ବହୁ ଘର ଦ୍ୱାର ଭାଙ୍ଗିଥିବା ବେଳେ ଚାଷଜମିରେ ପଶିଯାଇଛି ଲୁଣାପାଣି । ଏବେ ବି ଶହ ଶହ ଗାଁ ଜଳମଗ୍ନ । ସେପଟେ ମୟୁରଭଞ୍ଜରେ ହେଉଛି ପ୍ରବଳରୁ ଅତି ପ୍ରବଳ ବର୍ଷା । ତେବେ ବାତ୍ୟାର ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ ପାଇଁ ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

କେବଳ ଓଡ଼ିଶା ନୁହେଁ ପଶ୍ଚିମବଙ୍ଗରେ ମଧ୍ୟ ବାତ୍ୟା ପରବର୍ତ୍ତୀ ସ୍ଥିତିର ଅନୁଧ୍ୟମ କରିବେ ମୋଦି । ଆସନ୍ତାକାଲି ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱରରେ ରାଜ୍ୟର ବରିଷ୍ଠ ଅଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ସମୀକ୍ଷା ବୈଠକରେ ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ୟ୍ୟ ନେଇ ଆଲୋଚନା କରିବେ । ଆଲୋଚନା ପରେ ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରୁ ବାତ୍ୟା ଅଞ୍ଚଳ ବୁଲି ଦେଖିବେ । ତେବେ ଏହା ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ପ୍ରଭାବିତ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଆକାଶ ମାର୍ଗରୁ ବୁଲି ଦେଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା