Masthead

ପଶ୍ଚିମବଙ୍ଗ ଗସ୍ତରେ ପ୍ରଧାନମନ୍ତ୍ରୀ

କୋଲକାତା (ବଡ଼ ଖବର ବ୍ୟୁରୋ): ଆଜି ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କୋଲକାତାର ବ୍ରିଗେଡ ଗ୍ରାଉଣ୍ଡରେ କରିବେ ରାଲି । ଏଥିରେ ୧୦ଲକ୍ଷରୁ ଅଧିକ ଲୋକଙ୍କ ସମାଗମ ନେଇ ଦଳ ଆଶାବାଦୀ ରହିଛି । ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ତାରିଖ ଘୋଷାଣା ପରେ ଏହା ହେଇଛି ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବିଶାଳ ରାଲି । ଏଥର ମୋଦି ପଶ୍ଚିମବଙ୍ଗରେ ୨୦ଟି ରାଲି କରିବେ ବୋଲି ବିଜେପି ଯୋଜନା କରିଛି ।

ଏହି ବ୍ରିଗେଡ ଗ୍ରାଉଣ୍ଡ ରାଲିରେ ଯୋଗ ଦେଇପାରନ୍ତି ବଲିଉଡ କଳାକାର ମିଥୁନ ଚକ୍ରବର୍ତି । ଜୋରଦାର ହେବାକୁ ଯାଉଛି ପଶ୍ଚିମବଙ୍ଗ ନିର୍ବାଚନ ରାଲି । ନିଜ ଆଶନ ବଞ୍ଚାଇବା ପାଇଁ ମମତା ଦିଦି ଭରପୁର ପ୍ରୟାସ କରୁଥିବା ବେଳେ, ଗଡ ହାତେଇବାକୁ ବିଜେପି ରଣନୀତି ନିର୍ବାଚନ ରାଲିକୁ ଜୋରଦାର କରିଛି । ଆଜି ପ୍ରଚାରରେ ବଲିଉଡ୍ ସୁପରଷ୍ଟାର ମିଥୁନ୍ ଚକ୍ରବର୍ତ୍ତି ସାମିଲ ହେଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି ।

ବିଜେପିର ମିଶନ ପଶ୍ଚିମ ବଙ୍ଗ । ଆଜି କୋଲକାତାରେ ମୋଦି କରିବେ ବିଶାଳ ସମାବେଶ । କୋଲକାତାର ବ୍ରିଗେଡ ଗ୍ରାଉଣ୍ଡରେ ଏହି ସମାବେଶରେ ବିଜେପି ପାଇଁ ଶଙ୍ଖନାଦ କରିବେ ମୋଦି । ପ୍ରଧାନମନ୍ତ୍ରୀଙ୍କ ଏହି ରାଲି ଜରିଆରେ ମମତା ବାନାର୍ଜୀଙ୍କ ବିରୋଧରେ, ବିଜେପି ରଣହୁଙ୍କାର ଦେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ