Masthead

ପ୍ରତିଟି ଓଡ଼ିଆଙ୍କ ଶୁଭ ମନାସିଲେ ପ୍ରଧାନନ୍ତ୍ରୀ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ) ମହାବିଷୁବ ସଂକ୍ରାନ୍ତି । ପ୍ରତିଟି ଓଡ଼ିଆର ପାରମ୍ପରିକ ନବ ବର୍ଷ । ମେଷ ପ୍ରଥମ ଦିନକୁ ଓଡ଼ିଆମାନେ ନବବର୍ଷ ଭାବେ ପାଳନ କରି ଆସୁଛନ୍ତି । ଚୈତ୍ରମାସର ୨୪ ଦିନ ଅର୍ଥାତ ପ୍ରତିବର୍ଷ ୧୩ କିମ୍ବା ୧୪ ଏପ୍ରିଲରେ ଏହି ମହାବିଷୁବ ସଂକ୍ରନ୍ତି ବା ପଣା ସଂକ୍ରାନ୍ତିକୁ ଓଡ଼ିଆ ପରିବାରରେ ଭକ୍ତି ଓ ନିଷ୍ଠାର ସହ ପାଳନ କରାଯାଉଛି । ଏହି ଦିନ ଓଡ଼ିଆ ଲୋକମାନେ ଶ୍ରୀଜଗନ୍ନାଥ ,ଶିବ କିମ୍ବା ଶକ୍ତିଙ୍କୁ ଆରାଧନା କରିଥାନ୍ତି । ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଆ ନବ ବର୍ଷ ଅବସରରେ ପ୍ରତିଟି ଓଡ଼ିଆଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ। କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ କହିଛନ୍ତି ଓଡ଼ିଆ ନବ ବର୍ଷ ତଥା ପବିତ୍ର ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ସମସ୍ତଙ୍କୁ ଅଭିନନ୍ଦନ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼