Masthead

ଗଣତନ୍ତ୍ରର ମହାପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ(ବଡ଼ ଖବର ବ୍ୟୁରୋ): ଚାଲିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ । ଏହି ମତଦାନରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ । ଅହମ୍ମଦାବାଦର ନିଶାନ୍ ହାୟର ସେକେଣ୍ଡାରୀ ସ୍କୁଲ ବୁଥରେ ଆଜି ସକାଳୁ ଭୋଟ୍ ଦେଇଛନ୍ତି ମୋଦି। ମୋଦି ଗତ ରାତିରେ ଗାନ୍ଧିନଗରସ୍ଥିତ ରାଜଭବନରେ ରହିଥିବା ବେଳେ ଆଜି ସକାଳ ସାଢେ ୭ଟାରେ ଭୋଟ ଦେବା ନିମନ୍ତେ ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ। ସେଠାରେ ପୂର୍ବରୁ ଉପସ୍ଥିତ କେନ୍ଦ୍ରୀୟ ଗୃହ ମନ୍ତ୍ରୀ ଅମିତ ଶାହ ମୋଦିଙ୍କ ସ୍ୱାଗତ କରିଥିଲେ। ମତଦାନ ପରେ ପ୍ରଧାନମନ୍ତ୍ରୀ ବାହାର ଥିବା କିଛି ସାଧାରଣ ଜନତାଙ୍କୁ ନିଜର ଅଟୋଗ୍ରାଫ ଦେଇଥିଲେ । ଏଥିପାଇଁ ସେଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା ।

ତୃତୀୟ ପର୍ଯ୍ୟାୟ ମତଦାନରେ ସାମିଲ ପାଇଁ ପ୍ରଧାନମନ୍ତ୍ରୀଙ୍କ ଅପିଲ୍ । ମୋଦି ଜନସାଧଶରଣଙ୍କୁ ଅପିଲ କରି କହିଛନ୍ତି, ମତଦାନ ଏକ ସାମାନ୍ୟ ଦାନ ନୁହେଁ। ଏହା ଦେଶକୁ ଆଗକୁ ନେଇଯିବା ପାଇଁ ଅତ୍ୟନ୍ତ ଜରୁରୀ। ଗଣତନ୍ତ୍ରର ଏହି ପର୍ବରେ ସମସ୍ତଙ୍କ ଭାଗିଦାରୀ ଜରୁରୀ। ତେଣୁ ନିଜ କର୍ତ୍ତ୍ୟବରୁ ପଛକୁ ନ ହଟିବାକୁ ସେ ଦେଶବାସୀଙ୍କୁ ଆହ୍ୱାନ ଦେଇଥିଲେ। ଏଥିସହ ମୋଦି କହିଥିଲେ, ମତଦାନ ଦ୍ୱାରା ଆମ ଦେଶର ଆଗାମୀ ଭବିଷ୍ୟତ ନିର୍ଦ୍ଧାରିତ ହେବ । ତେଣୁ ରେକର୍ଡ ସଂଖ୍ୟାରେ ମତଦାନ କରିବା ନିହାତି ଆବଶ୍ୟକ । ସକ୍ରିୟ ମତଦାନ ଦ୍ୱାରା ଉତ୍ସାହ ଅଧିକ ବଢ଼ିବ ବୋଲି କହି ଭୋଟରଙ୍କୁ ଉତ୍ସାହିତ କରିଛନ୍ତି ମୋଦି। ଅତ୍ୟଧିକ ଖରା ହେଉଥିବାରୁ ନିଜ ସ୍ୱାସ୍ଥ୍ୟର ଯତ୍ନ ନେଇ ପ୍ରଚୁର ପରିମାଣର ପାଣି ପିଇବାକୁ ଲୋକଙ୍କୁ ଉପଦେଶ ଦେଇଛନ୍ତି ମୋଦି। ଏଥିସହ ସେ କହିଛନ୍ତି, ପ୍ରଥମେ ମତଦାନ, ପରେ ଜଳପାନ । ଅର୍ଥାତ ପ୍ରଥମେ ମତଦାନ ପରେ ନିଜର ଅନ୍ୟ ସମସ୍ତ କାମ କରିବାକୁ ସେ ଲୋକଙ୍କୁ ଅପିଲ୍‌ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ