Masthead

ଦେଶର ପ୍ରଥମ ୱାଟର ମେଟ୍ରୋ, ଆସନ୍ତା ୨୫ରେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେରଳର କୋଚିରେ ୱାଟର ମେଟ୍ରୋ । ଆସନ୍ତା ୨୫ରେ ଏହି ପ୍ରକଳ୍ପ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ହେଉଛି ଦେଶରେ ପ୍ରଥମ ୱାଟର ମେଟ୍ରୋ। ଏହି ପ୍ରକଳ୍ପ ଦ୍ବାରା କୋଚି ଅଞ୍ଚଳର ପର୍ଯ୍ୟଟନ ସମେତ ଅର୍ଥନୀତିର ବିକାଶ ହେବ ବୋଲି ଆଶା ରଖାଯାଇଛି। କୋଚି ସହରରେ ୧୧୩୬.୮୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ୱାଟର ମେଟ୍ରୋ ପ୍ରକଳ୍ପ କୋଚି ଏବଂ ଏହାର ଆଖପାଖ ଅଞ୍ଚଳର ୧୦ଟି ଦ୍ବୀପକୁ ସଂଯୋଗ କରିବ। ଉକ୍ତ ପ୍ରକଳ୍ପ କୋଚିର ବିକାଶକୁ ତ୍ବରାନ୍ବିତ କରିବ ବୋଲି କେରଳ ମୁଖ୍ୟମନ୍ତ୍ରୀ ପିନରାୟୀ ବିଜୟନ କହିଛନ୍ତି।

ପାରମ୍ପରିକ ମେଟ୍ରୋ ଭଳି ଏଥିରେ ଯାତ୍ରା ସୁବିଧା ମିଳିବ। ଲୋକମାନେ ଯାତ୍ରାର ଭଲ ଅନୁଭୂତି ପାଇବେ। କେରଳ ୱାଟର ମେଟ୍ରୋରେ ୭୮ଟି ଇଲେକ୍ଟ୍ରିକ ବୋଟ୍ ଏବଂ ୩୮ଟି ଟର୍ମିନାଲ ରହିଛି। କେରଳ ସରକାର ଏବଂ ଜର୍ମାନୀର କେଏଫ୍ଡବ୍ଲ୍ୟୁ ନାମକ ସଂସ୍ଥା ମିଳିତ ଭାବେ ଉକ୍ତ ପ୍ରକଳ୍ପ ପାଇଁ ପାଣ୍ଠି ଯୋଗାଇ ଦେଇଛନ୍ତି। ଶୀତତାପ ନିୟନ୍ତ୍ରିତ ବୋଟରେ ମେଟ୍ରୋ ଯାତ୍ରା ଆରାମଦାୟକ ଏବଂ ସୁଲଭ ରହିବ। ଏଥିସହିତ ଟ୍ରାଫିକରେ ନଫସି ଲୋକମାନେ ଗନ୍ତବ୍ୟସ୍ଥଳରେ ପହଞ୍ଚି ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ