Masthead

କିଷାନ ରେଳର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୨୮ ଅପରାହ୍ନ ୪.୩୦ ମିନିଟରେ ଭିଡିଓ କନଫରେନ୍ସ ମାଧ୍ୟମରେ ମହାରାଷ୍ଟ୍ରର ସାଙ୍ଗୋଲାରୁ ପଶ୍ଚିମବଙ୍ଗର ଶାଲିମାର ପର୍ୟ୍ୟନ୍ତ ୧୦୦ ତମ କିଷାନ ରେଳ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଏବଂ ପୀୟୁଷ ଗୋୟଲ ଉପସ୍ଥିତ ରହିବେ । ବହୁମୂଖୀ ମାଲବାହୀ ଟ୍ରେନ ସେବାରେ ଫୁଲକୋବି, କ୍ୟାପ୍ସିକମ, କୋବି, ସଜନା, ଲଙ୍କା, ପିଆଜ ଇତ୍ୟାଦି ପରିବା ସହିତ ଅଙ୍ଗୁର, କମଳା, ଡାଳିମ୍ବ, ବନ୍ଧାକୋବି, କଷ୍ଟାର୍ଡ ଆପଲ ଇତ୍ୟାଦି ଫଳ ପରିବହନ ହେବ ।

ସମସ୍ତ ଷ୍ଟପେଜ ଷ୍ଟେସନରେ ନଷ୍ଟ ହୋଇଯାଉଥିବା ଦ୍ରବ୍ୟର ଲୋଡିଂ ଏବଂ ଅନଲୋଡିଂ ପାଇଁ ଅନୁମତି ଦିଆଯିବ । ସାମଗ୍ରୀର ଆକାରରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ଫଳ ଓ ପନିପରିବା ପରିବହନରେ ଭାରତ ସରକାର ସବସିଡି ୫୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି । ପ୍ରଥମ କିଷାନ ରେଳ ୭ ଅଗଷ୍ଟ, ୨୦୨୦ରେ ଦେବଲାଲୀରୁ ଦାନାପୁର ପର୍ୟ୍ୟନ୍ତ ଚଳାଚଳ କରିବା ପାଇଁ ସ୍ଥିର ହୋଇଥିଲା, ଯାହାକି ମୁଜାଫରପୁର ପର୍ୟ୍ୟନ୍ତ ପୁଣି ବୃଦ୍ଧି କରାଯାଇଥିଲା । କୃଷକଙ୍କ ସକାରାତ୍ମକ ପ୍ରତିକ୍ରିୟା ଫଳରେ ଏହାର ଚଳାଚଳକୁ ମଧ୍ୟ ସପ୍ତାହରେ ଗୋଟିଏ ଦିନରୁ ତିନି ଦିନକୁ ବୃଦ୍ଧି କରାଯାଇଥିଲା । ସମଗ୍ର ଦେଶରେ କୃଷିଜାତ ଦ୍ରବ୍ୟର ଦ୍ରୁତ ପରିବହନକୁ ସୁନିଶ୍ଚିତ କରିବାରେ କିଷାନ ରେଳ ଏକ ପଟପରିବର୍ତ୍ତନକାରୀ ପଦକ୍ଷେପ । ଏହା ନଷ୍ଟ ହୋଇଯାଉଥିବା ଉତ୍ପାଦଗୁଡିକର ବାଧା ରହିତ ଯୋଗାଣରେ ସହାୟକ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା