Masthead

ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ) : ରାଜ୍ୟରେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭିନ୍ନ ମ୍ୟୁନିସିପାଲିଟି ଓ ଏନଏସିରେ ପୁଣି ଥରେ ଆସନ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ କରାଯିବ । ଏ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ସବୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ ପୂର୍ବରୁ ପୌରସଂସ୍ଥାଗୁଡ଼ିକର ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟାକୁ ଶେଷ କରାଯିବ ।

୨୦୧୧ ଜନଗଣନାକୁ ବିଚାରକୁ ନିଆଯାଇ ପୌରସଂସ୍ଥାଗୁଡ଼ିକୁ ସମାନ ଜନସଂଖ୍ୟା ଅନୁସାରେ ଓ୍ବାର୍ଡରେ ବିଭକ୍ତ କରାଯିବ । ଆସନ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ । ମତାମତ ଦାଖଲର ଶେଷ ଦିନ ରହିଛି ନଭେମ୍ବର ୧୮ ତାରିଖ । ନଭେମ୍ବର ୨୯ ତାରିଖରେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ୨୯ ନଭେମ୍ବରରୁ ୧୩ ଡିସେମ୍ବର ମଧ୍ୟରେ ବିଜ୍ଞପ୍ତି ଉପରେ ଆପତ୍ତି ଅଭିଯୋଗ ଦାଖଲ କରାଯାଇପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’