Masthead

ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ) : ରାଜ୍ୟରେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭିନ୍ନ ମ୍ୟୁନିସିପାଲିଟି ଓ ଏନଏସିରେ ପୁଣି ଥରେ ଆସନ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ କରାଯିବ । ଏ ନେଇ ଆବଶ୍ୟକ ପଦକ୍ଷେପ ନେବାକୁ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ସବୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ ପୂର୍ବରୁ ପୌରସଂସ୍ଥାଗୁଡ଼ିକର ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟାକୁ ଶେଷ କରାଯିବ ।

୨୦୧୧ ଜନଗଣନାକୁ ବିଚାରକୁ ନିଆଯାଇ ପୌରସଂସ୍ଥାଗୁଡ଼ିକୁ ସମାନ ଜନସଂଖ୍ୟା ଅନୁସାରେ ଓ୍ବାର୍ଡରେ ବିଭକ୍ତ କରାଯିବ । ଆସନ ସଂରକ୍ଷଣ ଓ ସୀମା ନିର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ । ମତାମତ ଦାଖଲର ଶେଷ ଦିନ ରହିଛି ନଭେମ୍ବର ୧୮ ତାରିଖ । ନଭେମ୍ବର ୨୯ ତାରିଖରେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ୨୯ ନଭେମ୍ବରରୁ ୧୩ ଡିସେମ୍ବର ମଧ୍ୟରେ ବିଜ୍ଞପ୍ତି ଉପରେ ଆପତ୍ତି ଅଭିଯୋଗ ଦାଖଲ କରାଯାଇପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି