Masthead

ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ରେଳମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗତ ଜୁନ ମାସ ୨ ତାରିଖରେ ବାହାନଗାଠାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ପରେ ପୁଣି ଦେଖିବାକୁ ମିଳିଛି ଏକ ବଡ଼ଧରଣର ଦୁର୍ଘଟଣା । ଆନ୍ଧ୍ରପ୍ରଦେଶର କଣ୍ଟକାପାଲି ଆଲମଣ୍ଡା ଷ୍ଟେସନ ନିକଟରେ ଘଟିଛି ଏକ ଭୟଙ୍କର ଟ୍ରେନ ଦୁର୍ଘଟଣା । ପ୍ରଥମେ ଗୋଟିଏ ଟ୍ରେନ ଲାଇନଚ୍ୟୁତ ହେବା ପରେ ପରବର୍ତ୍ତୀ ସମୟରେ ୨ଟି ଟ୍ରେନ ଆସି ତାହାକୁ ଧକ୍କା ଦେଇଥିଲା । ବର୍ତ୍ତମାନ ସୁଦ୍ଧା ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।

ସେପଟେ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାର ଲାଗି ସହାୟତା ରାଶି ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ପୂର୍ବରୁ ପିଏମ୍‌ଓ ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଥିଲା । ତେବେ ମୋଟ୍ ମୃତକଙ୍କ ପରିବାରୁ କେନ୍ଦ୍ର ସରକାର ୧୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ସେହିପରି ସେହିପରି ଆହତଙ୍କ ଚିକିତ୍ସା ଲାଗି ୫୦ ହଜାର ଟଙ୍କା ଘୋଷଣା ହୋଇଛି । ଟ୍ରେନ୍‌ ଦୁର୍ଘଟଣା ପରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ପ୍ରଭାବିତ ପରିବାରଙ୍କ ପ୍ରତି ମୋଦି ସମବେଦନା ଜଣାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା