ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳଷ୍ଟେସନର ତଦାରଖ କରିବା ସହ ତୀର୍ଥଯାତ୍ରୀଙ୍କ ପାଇଁ କରାଯାଇଥିବା ବିଭିନ୍ନ ସୁବିଧା ଓ ବ୍ୟବସ୍ଥା ସମୀକ୍ଷା କରିବେ । ଜୁନ ୨୦ ପୂର୍ବାହ୍ନରେ ରଥଯାତ୍ରା ଦେଖି ବାଲେଶ୍ୱର ବାହାନଗା ଯାଇ ସ୍ଥାନୀୟ ଲୋକଙ୍କ ସହ କଥାବାର୍ତ୍ତା କରିବେ । ଅପରାହ୍ନରେ ବାଲେଶ୍ୱର ଜିଲ୍ଲା ଡାକ୍ତରଖାନା ଏବଂ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କ ସହ ଆଲୋଚନା କରିବେ । ଏହା ବ୍ୟତୀତ ରେଳ ଷ୍ଟେସନର ବିକାଶ ଯାଞ୍ଚ କରିବା ସହ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ ।